Latest Odisha News

BREAKING NEWS

ଜାଣନ୍ତୁ ,କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୯-୨-୨୦୨୧ ମସିହା ମଙ୍ଗଳବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ୯ ତାରିଖ ମଙ୍ଗଳବାର ମକର ୨୭ ଦିନ ମାଘ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର
ଆଜିର ଘାତବାର- ମକର ରାଶିର
ଆଜିର ଘାତଚନ୍ଦ୍ର -ତୁଳା କୁମ୍ଭ ରାଶିର ପୁରୁଷ ଓ ବୃଷ ମିଥୁନ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-ବାଇଗଣ

ମେଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ  ପ୍ରଶଂସିତ ହେବେ। ପୂର୍ବ ପରିଚିତ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିଦେବ। ମହିଳାମାନଙ୍କ ସାହାସ ଧୈର୍ଯ୍ୟ ସେମାନଙ୍କୁ ବିପଦ ମୁକ୍ତ କରାଇବ।

ବୃଷ
ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।

ମିଥୁନ
ଆଜି ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ସମ୍ପୁର୍ଣ୍ଣ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବେ ।

କର୍କଟ
ଆଜି ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ଆଗକୁ ବଢ଼ିବାରେ ସକ୍ଷମ ହେବେ ।

ସିଂହ
ଆଜି ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।

କନ୍ୟା
ଆଜି ପାରିବାରିକ ସମ୍ପର୍କ ଭିତରେ ଅସନ୍ତୁଷ୍ଟ ହୋଇ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ଦର୍ଶନର ଯୋଗ ରହିଛି। ସାହିତ୍ୟ,କଳା, କ୍ଷେତ୍ରରେ ପ୍ରଶଂସିତ ହେବେ।

ତୁଳା
ଆଜି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ମାନ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।

ବିଛା
ଆଜି ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।

ଧନୁ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜିର ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।

ମକର
ଆଜି ବନ୍ଧୁଙ୍କ ଆନ୍ତରିକତାର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀ ଆପଣଙ୍କୁ ସାହାଯ୍ୟ କରିବେ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମାଧାନ କରିପାରିବେ।

କୁମ୍ଭ
ଆଜି ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ମୀନ
ଆଜି ଆପଣ ନିଜଲକ୍ଷ୍ୟ ପଥରେ ଯାତ୍ରା କରିବେ ।ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦୂର ହୋଇଯିବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.