Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୯-୮-୨୦୨୧ ସୋମବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଅଗଷ୍ଟ ତା ୯ ରିଖ ସୋମବାର କର୍କଟ ୨୫ ଦିନ ଶ୍ରାବଣ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର
ଘାତ ବାର-: ମିଥୁନ ରାଶିର
ଆଜିର ନିଷେଧ ଖାଦ୍ୟ-: ପାଣି କଖାରୁ

ମେଷ
ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।ମହିଳା ମାନଙ୍କର କାର୍ଯ୍ଯ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ପ୍ରତିକାର-ସାତୋଟି ଲବଙ୍ଗ ପାଖରେ ରଖନ୍ତୁ।

ବୃଷ
ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । , କଳା,ସାହିତ୍ୟ ସଙ୍ଗୀତ ଅଭିନୟ ଦିଗରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ।
ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ।

ପ୍ରତିକାର-କୈ।ଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମିଥୁନ
ଅପ୍ରିୟସତ୍ୟ କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି ଏଣୁ ଯଗି ରଖି କଥାବାର୍ତ୍ତା କରନ୍ତୁ।ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି। ବିଳମ୍ବରେ କାର୍ଯ୍ୟସିଦ୍ଧି ହେବ।

ପ୍ରତିକାର-ଶିବଙ୍କୁ କର୍ପୂରର ଆଳତୀ କରନ୍ତୁ ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

କର୍କଟ
ଆଜି ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ।ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ।

ସିଂହ
ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା
ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି। ବିଦ୍ୟାର୍ଥୀ ମାନେ ପ୍ରତ୍ୟେକ କ୍ଷେତ୍ରରେ ଆଜି କୃତକାର୍ଯ୍ୟ ହେବେ।

ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ତୁଳା
ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ଆପୋଷୀ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଦେହ ମନ ସୁସ୍ଥ ରହିବ।

ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବିଛା
ପାରିବାରିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଆଶା କରୁଥିବା ଦିଗରୁ ସଫଳତା ମିଳିବ । ଦେବ ଦର୍ଶନ କରିବା ସହିତ ଧାର୍ମିକ ଅନୁଷ୍ଠାନରେ ଯୋଗଦାନ କରିପାରନ୍ତି। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଦେଖାଦେଇପାରେ।

ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।

ଧନୁ
ଆଜି ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ସଭାସମିତି କିମ୍ବା ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସିତ ହେବେ ‌। ସୁସମାଚାର ଶୁଣି ଆନନ୍ଦିତ ହେବେ

ପ୍ରତିକାର-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।


ମକର
ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହେବେ। ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି।

ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ଯୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ।

କୁମ୍ଭ
ଆଜି ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ କାର୍ଯ୍ୟକୁ ନେଇ ମନ ଭାରାକ୍ରାନ୍ତ ରହିବ। ମହିଳାମାନେ ଗୃହ କର୍ମରେ ବ୍ୟସ୍ତ ରହିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

ପ୍ରତିକାର-ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।

ମୀନ
ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ କିନ୍ତୁକର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇଁ ମନ ପ୍ରଫୁଲ୍ଲିତ ରହିବ ‌। ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ।

ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପ ଟିଏ ପ୍ରଦାନ କରନ୍ତୁ।

ଜ୍ୟୋତିଷ ବାଣୀ-
ଗୃହରେ ସୁଖ ଶାନ୍ତି ପାଇଁ ସରଳ ପ୍ରତିକାର
ସାତଟି ବୁଧବାର ଗଣେଶଙ୍କୁ ପୂଜା କରିବା ସହିତ ସାତଟି ପାନ ପତ୍ର ଚଢାନ୍ତୁ ଓ ସାତଟି ରାଶି ଲଡୁ ଭୋଗ କରି ସାତ ବର୍ଷରୁ କମ ବୟସର ପିଲାମାନଙ୍କୁ ବାଣ୍ଟନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.