ରାଶିଫଳ
ତା ୦୯-୧୨-୨୦୨୦ ବୁଧବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୯ ରିଖ ବୁଧବାର ବିଛା ୨୪ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ନବମୀ ତିଥି ଉତ୍ତରାଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର
ଘାତ ବାର-: କର୍କଟ ରାଶିର
ଘାତ ଚନ୍ଦ୍ର-: ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କର
ଆଜି: ଲାଉ ଖାଇବା ନିଷେଧ
ମେଷ: ଆଜି ପ୍ରତ୍ଯେକଟି କାର୍ଯ୍ୟରେ ସଫଳତା ମିଳିବ।ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ସଭାସମିତି, ରାଜନୀତି, କଳା, ସାହିତ୍ୟ, କ୍ଷେତ୍ରରେ ସୁଫଳତା ମିଳିବ ।
ବୃଷ :ଆଜି ଆପଣଙ୍କର ମନୋବଳ ବୃଦ୍ଧି ପାଇବ। ମଧ୍ୟାହ୍ନରେ ଟେନସନ୍ ଦୂର ହେବ । କଳା, ସାହିତ୍ୟ,ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ । କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ ।
ମିଥୁନ : ଆଜି ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ମନାନ୍ତର ମତାନ୍ତର ଦେଖାଦେବ ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ମହିଳାମାନେ ପ୍ରଶଂସନୀୟ ହେବେ ।
କର୍କଟ : ଆଜି ଜଗିରଖି ଚଳନ୍ତୁ କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇ ଦେଇପାରେ । ଯେଉଁ କାର୍ଯ୍ଯ ପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ହୋଇଯିବ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଆନନ୍ଦିତ ହେବେ ।

ସିଂହ: ମାନସିକ ଶାନ୍ତି ବ୍ୟାହତ ହେବ । ସ୍ବାସ୍ଥ୍ୟ ଗତ ସମସ୍ୟାକୁ ନେଇ ଚିନ୍ତିତ ହେବେ। ଆକସ୍ମିକ ଦୂରଯାତ୍ରା କରିପାରନ୍ତି। ବିଦ୍ଯାର୍ଥୀ ମାନେ ବିଦ୍ଯାରେ ଉନ୍ନତି କରିବେ ।
କନ୍ୟା: ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହେବ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ
ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବ୍ଯବସାୟରେ ଆଶାନୁରୂପ ଲାଭବାନ ହେବେ ।
ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ । ବାଣିଜ୍ୟ ବ୍ୟବସାୟରେ ଲାଭବାନ ହେବେ । ହଠାତ୍ କାୈଣସି ଘଟଣା ମନକୁ ବିବ୍ରତ କରିପାରେ । ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇଚିନ୍ତିତ ହେବେ ।
ବିଛା: ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସମାଧାନ ହୋଇଯିବ । କଳା ସାହିତ୍ୟରେ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ପାଇବେ ।
ଧନୁ: ନିଜ ଲୋକମାନେ ବିରୁଦ୍ଧାଚାର କରିବେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦରେ ପଡିବେ କିନ୍ତୁ କୈାଣସି କାମ ଅଟକିବ ନାହିଁ । ଇଚ୍ଚା ନ ଥିଲେ ମଧ୍ୟ ବନ୍ଧୁଙ୍କ ଆମନ୍ତ୍ରଣକୁ ଉପେକ୍ଷା କରି ପାରିବେ ନାହିଁ ।

ମକର: ଭୁଲ୍ବୁଝାମଣା ଜନିତ ହଠାତ୍ ବନ୍ଧୁଙ୍କ ସହ ମନୋମାଳିନ ହୋଇ ପାରେ। ଆଶାନୁଯାୟୀ ସାହାଯ୍ୟ ସହଯୋଗ ପାଇବେ । ଆଜି ଅପରାହ୍ନରେ କୌଣସି ଶୁଭ ଖବର ପାଇ ଆନନ୍ଦିଆନନ୍ଦିତ ହେବେ ।
କୁମ୍ଭ: ଅନ୍ୟମାନଙ୍କ ମନଗଢା କଥା ଶୁଣି ବ୍ୟସ୍ତ ବିବ୍ରତ ହେବେ । କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି । ନିକଟ ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ। ମହିଳାମାନେ ପ୍ରଶଂସନୀୟ ହେବେ ।
ମୀନ: ଭାବପ୍ରବଣତାରେ କାର୍ଯ୍ୟ କରନ୍ତୁ ନାହିଁ । କୌଣସି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅଜଣା ବ୍ୟକ୍ତି ମିତ୍ରଭାବପୋଷଣ କରିପାରନ୍ତି।ବ୍ଯବସାୟରେ ଲାଭ ବାନ ହେବେ ।
(ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର, ମୋ: 9437225434)
Comments are closed.