ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  

ତା୦୧-୧୨-୨୦୨୦ ମଙ୍ଗଳବାର

ଆଜି ଦିନର ମହତ୍ତ୍ୱ. 

ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ୧ ରିଖ ମଙ୍ଗଳବାର ବିଛା ୧୬ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ପ୍ରତିପ୍ରଦା ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର ସକାଳ ୮ଟା ୩୩ ମିନିଟ ପର୍ଯ୍ୟନ୍ତ ତାପରେ ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର ଭୋଗ ହେବ

 ଘାତ ବାର-: ମକର ରାଶିର         

ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର

ଆଜି: ପାଣି କଖାରୁ ଖାଇବା ନିଷେଧ

ଆଜି -ଛାଡଖାଇ

ମେଷ : ମାନସିକ ଅଶାନ୍ତି ଓ ପାରିବାରିକ କଳହ ଦେଖା ଦେବ ।ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଖୁସି ରହିବ ।ମହିଳାମାନେ ଯଗି ରଖି ଚଳନ୍ତୁ ଶାରୀରିକ ପୀଡା ଅନୁଭବ କରିବେ ।ବିବାଦୀୟ ଘଟଣାରେ ନିରବତା ଅବଲମ୍ବନ କରନ୍ତୁ ।

ବୃଷ : ଗୁପ୍ତ ଶତୃ ଭୟ ମନକୁ ବ୍ୟତିବସ୍ତ କରାଇବ ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହାନୁଭୂତି ପାଇବେ ନାହିଁ ।ଅପ୍ରିୟ କଥାବାର୍ତ୍ତା କରନ୍ତୁ ନାହିଁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।

ମିଥୁନ :ପ୍ରତେକଟି ଦିଗରୁ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟ ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ ।ବ୍ଯବସାୟୀମାନେ ବ୍ଯବସାୟରେ ଲାଭବାନ ହେବେ ।ମହିଳାମାନେ ଶାନ୍ତି ଅନୁଭବ କରିବେ

କର୍କଟ : ମାଲିମକଦମାରେ ବିଜୟୀ ହେବେ ।ପୂର୍ବର ଶତୃମାନେ ପରାଜିତ ହେବେ ।ସ୍ଵାଦିଷ୍ଟ ଭୋଜନ ମିଳିବ ।ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ।ରାଜନୀତିଜ୍ଞମାନେ ପ୍ରଶଂସନୀୟ ହେବେ ।

ସିଂହ: ପ୍ରତେକଟି କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ।ଅଜଣା ଅଶୁଣା ବ୍ଯକ୍ତିଠାରୁ ଦୂରେଇ ରହନ୍ତୁ ।ଗୃହ ବିବାଦ ଭାତୃ ସମ୍ପର୍କକୁ ନେଇ ଚିନ୍ତିତ ହେବେ ।ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।

କନ୍ୟା : ଶରୀର ଅସୁସ୍ଥ ଓ ମନ ଅସ୍ଥିର ରହିବ ।ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଓ ବାଦବିବାଦ ଦେଖା ଦେବ ।ଯାତ୍ରାରେ ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ଅମନ ଯୋଗି ହେବେ ।

ତୁଳା : ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ ।ପାରିବାରିକ ଜୀବନ ସୁଖମୟ ହେବ ।ସ୍ଵାଦିଷ୍ଟ ଭୋଜନ ମିଳିବ ଓ ସଞ୍ଚିତ ଅର୍ଥ ବୃଦ୍ଧି ପାଇବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଶାନୁରୂପ ଲାଭବାନ ହେବେ ।ମହିଳାମାନେ ଯଶସ୍ବୀ ହେବେ ।

ବିଛା : ନିଜ ଲୋକମାନଙ୍କ ସହ ହସ ଖୁସିରେ ଦିନଟି କଟାଇବେ ।କାର୍ଯ୍ୟ କ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ପାଇବ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ଧନ ଜନ ମାନ ସମ୍ମାନ ଏସବୁର ଅଧିକାରୀ ହେବେ ।ଲକ୍ଷ୍ୟ ସ୍ଥଳରେ ନିର୍ବିଘ୍ନରେ ପହଞ୍ଚିବେ ।ଯାନବାହନ ଲାଭ ହେବ ।

ଧନୁ: ବିବାଦୀୟ ଘଟଣାରେ ପରାଜୟ ହେବେ ।ଅପରାହ୍ନରେ କୌଣସି ଦୁଃଖ ପୂର୍ଣ୍ଣ ଖବର ପାଇ ମନ ବିଶାଦ ଗ୍ରସ୍ତ ହେବ ।ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।

ମକର:ପାରିବାରିକ ସମ୍ପର୍କରେ ଭୁଲ ବୁଝାମଣା ଦେଖା ଦେବ ।ମହିଳାମାନେ ପରିବାରରେ ଚିନ୍ତିତ ହେବେ । ଯାତ୍ରାରେ ସତର୍କତା ରୁହନ୍ତୁ ଯାତ୍ରା କଷ୍ଟ ଦାୟକ ହେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।

କୁମ୍ଭ: ଆଜି ଦିନଟି ସମ୍ପୁର୍ଣ୍ଣ ଭଲରେ କଟିବ ।ଯୋଜନାନୁଯାୟୀ କାମ କରି ସେଥିରେ ସଫଳତା ପାଇବେ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ମୀନ : ଅପ୍ରିୟ ସତ୍ୟ କଥା କହି ଦୋଷି ସାବ୍ଯସ୍ତ ହୋଇପାରନ୍ତି ।ମହିଳାମାନେ ଯଗି ରଖି ଚଳନ୍ତୁ ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ଘରୋଇ କଳହ ଦେଖା ଦେବ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ବ୍ଯବସାୟରେ ସ୍ଥିରତା ରହିବ ନାହିଁ ଯାହା ଫଳରେ ଧାର କରଜ କରିବେ।