Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୧୦-୩-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୧୦ ରିଖ ବୁଧବାର କୁମ୍ଭ ୨୭ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଆଜିର ଘାତ ବାର- କର୍କଟ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ- ପୋଇ
ଆଜି- ଶିବ ପ୍ରଦୋଷ ପୂଜା 

ମେଷ:- 
ଲାଗିରହିଥିବା ଟେନସନ୍‌ କମିଯିବ।ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ମନୋମାଳିନ୍ୟ ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।

ବୃଷ:-
ଆଜି କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରସନ୍ନ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସାହାଯ୍ୟ କରିବ। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସମାଧାନ କରିବେ।

ମିଥୁନ:-
ଆଜି ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଆତ୍ମତୃପ୍ତି ଅନୁଭବ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ‌। ଜମିଜମା କ୍ରୟ କରିବାକୁ ଚୁକ୍ତିବଦ୍ଧ ହୋଇପାରନ୍ତି ‌। କୋୖଣସି ଅନୁଷ୍ଠାନ ଦ୍ଵାରା ପୁରସ୍କୃତ ହେବେ ‌। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇ ଆନନ୍ଦିତ ହେବେ ‌।

କର୍କଟ:-
ଆଜି ଆପଣଙ୍କର ପାରିବାରିକ ଜୀବନ ସୁଖ ପ୍ରଦ ହେବ ।ସହକର୍ମୀମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ଜମିଜମା ବିବାଦର ସମାଧାନ ହୋଇଯିବ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ ‌।

ସିଂହ:-
ଆଜି ଜଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ମାନସିକ ଅଶାନ୍ତି ନେଇ ଚିନ୍ତିତ ରହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ ‌। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।

କନ୍ୟା:-
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ‌। ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି ନୂତନ ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ନୂତନ ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।

ତୁଳା:-
ଆଜି ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାର ସବୁ ଠାରେ ବିଜୟୀ କରାଇବ।ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ସମ୍ମାନିତ ହେବେ।

ବିଛା:-
ଆଜି ଉଚ୍ଚ ଅଧିକାରୀଙ୍କ ଅନୁକମ୍ପା ଆପଣଙ୍କୁ ମିଳିବ ।ସମ୍ମାନଜନକ ପଦବୀ ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଜମିଜମା କାରବାର ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।

ଧନୁ:-
ଆଜି ଶରୀରିକ ଓ ମାନସିକ ସୁସ୍ଥତା ମିଳିବ। କର୍ମ କ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦୀ ମାନଙ୍କୁ ପରାଜିତ କରି ପ୍ରଶଂସନୀୟ ହେବେ ‌।

ମକର:-
ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଶୁଭଫଳ ମିଳିବ । ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର କରିପାରେ।

କୁମ୍ଭ:-
ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ମିଳିବ ସହ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ।ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଭୁଲ ବୁଝାମଣା ଦେଖାଦେଇପାରେ।

ମୀନ:-
ଦୀର୍ଘଦିନରୁ ଅଟକି ରହିଥିବା ଅର୍ଥ ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। ଶାରୀରିକ ପୀଡ଼ା ଦେଖାଦେଇପାରେ ଯାହାଫଳରେ ମନୋବଳ କମି ଯାଇପାରେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.