ଆଜିର ରାଶିଫଳ
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୦ ତାରିଖ ଶନିବାର ମୀନ ୨୮ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର
ଆଜିର ଘାତ ବାରବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର-ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟବିରି ଦ୍ରବ୍ୟ
ଆଜି ଶିବୋପବାସ ବେଢ଼ା ପରିକ୍ରମା
ମେଷ
ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହରାଇଥିବା ଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ
ଆଜି ଆକସ୍ମିକ ଧନଲାଭ ସହ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ମାନେ ବିଜୟୀ ହେବେ । ମହିଳାମାନେ ସଞ୍ଚୟ କରିବେ ।
ମିଥୁନ
ଆଜି କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରି ସେଥିରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁଯୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ । ପରିବାରର ସମସ୍ତ ସଦସ୍ୟଙ୍କ ସାହଯ୍ଯ ସହଯୋଗ ପାଇବେ ।
କର୍କଟ
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ। କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହାଯ୍ଯ ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ମାନେ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
ତୁଳା
ଆଜି କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହଯୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ବୃଦ୍ଧି ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ମାନେ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।
ବିଛା
ଆଜି ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ମାନେ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ
ଆଜି ଯାନବାହନ ଆରୋହଣ କାଳରେ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜି ଯାଇପାରେ । ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ଯୋଗୁ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଶାରୀରିକ ପୀଡ଼ା ପାଇ ପାରନ୍ତି ।
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବୃଦ୍ଧି ଘଟିବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ମିଳିବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହାଯ୍ୟ ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ମାନେ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ
ଆଜି ବ୍ୟବସାୟ ବାଣିଜ୍ୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ଦେଖାଦେଇପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରି ହୋଇପାରେ । । ବିଦ୍ୟାର୍ଥୀମାନେ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ। ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ସହିତ ଶାରୀରିକ ସୁସ୍ଥତା ଲାଭ କରିବେ ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.