Latest Odisha News

BREAKING NEWS

ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୧୧-୨-୨୦୨୧ ରିଖ ଗୁରୁବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ୧୧ ତାରିଖ ଗୁରୁବାର ମକର ୨୯ ଦିନ ମାଘ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଆଜିର ଘାତବାର- ତୁଳା ଓ କୁମ୍ଭ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-ଆମିଷ ଦ୍ରବ୍ୟ
ଆଜି-ତ୍ରିବେଣୀ ଅମାବାସ୍ୟା ଅଭିରାମ ପରମହଂସଙ୍କ ଜୟନ୍ତୀ

ମେଷ:
ଆଜି ଆପଣ ଆଶାବାଦୀ ହୋଇପାରନ୍ତି। ପିତା ମାତା ଗୁରୁଜନମାନଙ୍କର ସ୍ନେହ ଶ୍ରଦ୍ଧା ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ମହିଳାମାନେ ପରିବାରରେ ଆଦର୍ଶବାଦୀ ହେବେ।

ବୃଷ:
ଆଜି ବିଳମ୍ବରେ ସମସ୍ତ କାର୍ଯ୍ୟ ହାସଲ କରିବେ । ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ। ଉତ୍ତମ ପରାମର୍ଶ ମିଳିବ। ଧର୍ମପତ୍ନୀଙ୍କ ସାହାସ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ ଗୁଡ଼ିକୁ ସମ୍ପୁର୍ଣ୍ଣ କରିବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ।

ମିଥୁନ:
ଆଜି ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

କର୍କଟ:
ଆଜି ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

ସିଂହ:
ଆଜି କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

କନ୍ୟା:
ଆଜି ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ତୁଳା:
ଆଜି କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

ବିଛା:
ଆଜି ବନ୍ଧୁଙ୍କ ସାହାଯ୍ୟ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ଜୀବନ ସାଥିର ସାହାଯ୍ୟ ସହାନୁଭୂତି ମିଳିବ। ଶତୃମାନେ ପରାଜିତ ହେବେ। ଧର୍ମ ଦିଗରେ ମନୋନିବେଶ କରିବେ।

ଧନୁ:
ଆଜି ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଦେବ ଦର୍ଶନ କରିବାରେ ସୁଯୋଗ ଅଛି।ବସ୍ତ୍ର ଆଭୂଷଣ ଲାଭ ହେବ।କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ‌।

ମକର:
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। । ଭ୍ରମଣ ଯୋଗ ଅଛି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ଶାରୀରିକ ଯନ୍ତ୍ରଣାର ଅବସାନ ହେବ।

କୁମ୍ଭ:
ଆଜି କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

ମୀନ:
ଆଜି ଏପରି କାର୍ଯ୍ୟ ନ କରନ୍ତୁ ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିପାରେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.