Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା୧୧-୩-୨୦୨୧ ଗୁରୁବାର

 

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୧୧ରିଖ ଗୁରୁବାର କୁମ୍ଭ ୨୮ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ଭୁକ୍ତ ଚତୁର୍ଦ୍ଦଶୀ ତିଥି ଧନିଷ୍ଠା ନକ୍ଷତ୍ର ମକର ଚନ୍ଦ୍ର ଦିନ ୯ଟା ୨୪ ପର୍ଯ୍ୟନ୍ତ ତାପରେ କୁମ୍ଭ ଚନ୍ଦ୍ର ଭୋଗ ହେବ
ଆଜିର ଘାତ ବାର- ତୁଳା ଓ କୁମ୍ଭ ରାଶିର
ଆଜିର ଘାତ ଚନ୍ଦ୍ର- ମିଥୁନ ରାଶି ପୁରୁଷ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ- ବାଇଗଣ ଓ ବିରି
ଆଜିର ବିଶେଷ ମହତ୍ତ୍ଵ- ମହା ଶିବ ରାତ୍ରି ( ଜାଗର)

ମେଷ:-
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଲାଭ କରିବେ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

ବୃଷ:-
ଆଜି ଆପଣ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।

ମିଥୁନ:-
ଆଜି ଧନ ଓ କାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କାର୍ଯ୍ୟ କଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲାରେ ଜଡିତ ହୋଇପାରନ୍ତି। ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

କର୍କଟ:-
ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ସହାୟତାରେ ସମାଧାନ ହୋଇଯିବ।

ସିଂହ:-
ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

କନ୍ୟା:-
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମର ନେତୃତ୍ବ ନେଇ ପ୍ରଶଂସିତ ହେବେ। ନୃତ୍ୟ ଓ ସଙ୍ଗୀତ ଦିଗରେ ସମ୍ମାନିତ ହେବେ।ଆର୍ଥିକ ଦିଗ ଭଲ ରହିବ ‌। କୌଣସି ଜନହିତକର କାମରେ ଯୋଗ ଦେଇ ନିଜକୁ ଧନ୍ୟ ମନେ କରିବେ।

ତୁଳା:-
ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ହୁଅନ୍ତୁ ନାହିଁ। ଜମିଜମା କାରବାରରେ ଲାଭବାନ ହେବେ।ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

 

ବିଛା:-
ଆଜି ଦୂରଯାତ୍ରା କରିବାକୁ ପଡିପାରେ। ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ।

ଧନୁ:-
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବେ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ସଫଳତା ହାସଲ କରିବେ।

ମକର:-
ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି କରିବ। କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।

କୁମ୍ଭ:-
ଆଜି ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

ମୀନ:-
ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଶାରୀରିକ ପୀଡ଼ା ମାନସିକ ଅଶାନ୍ତି ଦେଖାଦେଇପାରେ। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.