Latest Odisha News

BREAKING NEWS

ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୧୨-୨-୨୦୨୧ ଶୁକ୍ରବାର


ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ତା ୧୨ରିଖ ଶୁକ୍ରବାର କୁମ୍ଭ ୧ଦିନ ମାଘ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଆଜିର ଘାତ ବାର-ବିଛା ଧନୁ ଓ ମୀନ ରାଶିର
ଆଜିର ଘାତ ଚନ୍ଦ୍ର- ମିଥୁନ ରାଶି ପୁରୁଷ ଓ ମୀନ ରାଶ ପୁରୁଷ ଓ ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ- ପାଣି କଖାରୁ

ମେଷ
ଆଜି ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

ବୃଷ
ଆଜି କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ପରିବାରରୁ ଭାଇ ଓ ଭଉଣୀ ମାନଙ୍କର ସାହାଯ୍ୟ ଏବଂ ସହଯୋଗ ପାଇବେ।

ମିଥୁନ
ଆଜି ଆୟ ତୁଳନାରେ ବ୍ୟୟ ଅଧିକ ବଢିଯିବ। ହେଲେ ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଅନ୍ୟ ମନସ୍କ ହେତୁ କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳା ମାନେ ପରିବାରର ଆଦର ପାଇବେ।

କର୍କଟ
ଆଜି କର୍ମରେ ଉନ୍ନତି ଓ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀମାନେ ପଢାପଢିରେ ପରିଶ୍ରମ ଜାରି ରଖିବେ । ମହିଳା ମାନେ ଆନନ୍ଦିତ ହେବେ ।

ସିଂହ
ଆଜି ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ବକେୟା ପ୍ରାପ୍ୟ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

କନ୍ୟା
ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ କର୍ମରେ ପ୍ରଶଂସିତ ହେବେ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।

ତୁଳା
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବୃଦ୍ଧି ଘଟିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ପାରିବାରିକ ଜୀବନ ସୁଖମୟ ହେବ।

ବିଛା
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଲାଭବାନ ହେବେ।ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ଧନୁ
ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ବୃଦ୍ଧି ଘଟିବ । କର୍ମସ୍ଥାନରେ ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ପରିବାରରେ ଅଶାନ୍ତି ମନୋମାଳିନ୍ୟ ଦେଖାଦେଇପାରେ ‌। ମହିଳାମାନେ କାର୍ଯ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ହେବ ।

ମକର
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

କୁମ୍ଭ
ଆଜି ଅର୍ଥ ପ୍ରାପ୍ତିର ଯୋଗ ରହିଛି, ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ମିଳିବ। ଶରୀର ସୁସ୍ଥ ରହିବ । କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନଜନକ ବସ୍ତ୍ର ପରିଧାନ ପ୍ରାପ୍ତିର ଯୋଗ ରହିଛି ‌। ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।

ମୀନ
ଆଜି ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ସନ୍ତାନ ସନ୍ତତିମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.