Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୨ ତାରିଖ ସୋମବାର ମୀନ ୩୦ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଅମାବାସ୍ୟା ଭୁକ୍ତ ପ୍ରତିପଦା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର
ଆଜିର ଘାତ ବାରମିଥୁନ ରାଶିର
ଆଜିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟଆମିଷ ଓ ପାଣି କଖାରୁ 
ଆଜି ବାସନ୍ତୀଙ୍କ ନବରାତ୍ର ପୂଜା ଆରମ୍ଭ-ଘଟ ସ୍ଥାପନ

ମେଷ
ଆଜି ଆପଣ ଜଗିରଖି ଚଳନ୍ତୁ ଘରେ ମନାନ୍ତର ମତାନ୍ତର ହୋଇପାରେ। ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ବୃଷ
ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମିଥୁନ
ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁ ବାନ୍ଧବମାନେ ଆପଣଙ୍କୁ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

କର୍କଟ
ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ମହିଳାମାନେ ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କୈ।ଣସି ଆନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।

ସିଂହ
ଆଜି ଆପଣ କୌଣସି ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଭୁଲ ବୁଝାମଣା ଦେଖାଦେଇପାରେ। କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ।

କନ୍ୟା
ଆଜି ପାରିବାରିକ ସମ୍ପର୍କ ସୁଦୃଢ ହେବ। କର୍ମକ୍ଷେତ୍ରର ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ମହିଳାମାନେ ଯଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ଦେଖାଦେଇପାରେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ତୁଳା
ଆଜି ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତା କରିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦେବ ଦର୍ଶନ କରିବା ପାଇଁ ସୁଯୋଗ ରହିଛି। ମହିଳାମାନେ ଘରେ ବିଭିନ୍ନ କାମରେ ମନୋନିବେଶ କରିବେ।

ବିଛା
ଆଜି ଆପଣ ନିଜ କର୍ତ୍ତବ୍ୟ ପ୍ରତି ସଯାଗ ରୁହନ୍ତୁ। ନୂତନ ଗୃହ ବା ଭୂମି କ୍ରୟ କରି ପାରନ୍ତି। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ। କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ମାନେ ବିଜୟୀ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ଧନୁ
ଆଜି ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ। ଶାରୀର ସୁସ୍ଥତା ସହ ମାନସିକ ଶାନ୍ତି ମିଳିବ । କୈାଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ହାସଲ କରିବେ।

ମକର
କୌଣସି ନିକଟ ସମ୍ପର୍କିୟଙ୍କ ସହ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ। କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ ସମ୍ବର୍ଦ୍ଧିତ ହୋଇ ପାରନ୍ତି।

କୁମ୍ଭ
ଆଜି ଆପଣଙ୍କୁ ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।କୋଟ କଚେରୀ ମାମଲାରେ ବିଜୟୀ ହେବେ।ଧନ ମାନ ସମ୍ମାନ ପ୍ରତିଷ୍ଠା ସୈାଭାଗ୍ୟର ଅଧିକାରୀ ହେବେ।

ମୀନ
ଆଜି ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିପାରିବେ। ଆଜି ସମସ୍ତ ଦିଗରେ ସଫଳତା ହାସଲ କରିବେ। ନିଜର କ୍ଷମତା ଓ ଯୋଗ୍ୟତା ପାଇଁ ଆଦର୍ଶ ବାଦି ହେବେ । ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.