Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୧୨-୫-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମଇ ତା ୧୨ ରିଖ ବୁଧବାର ମେଷ ୨୯ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି
କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର
ଘାତ ବାର-: କର୍କଟ ରାଶିର
ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: ପାଣି କଖାରୁ

ମେଷ
ଆଜି ଆପଣ ଜଗିରଖି ଚଳନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଘାତ ପ୍ରତିଘାତ ମଧ୍ୟରେ ଦିନ କଟିବ। ଆପଣ ଆତ୍ମିଅଙ୍କ ସହଯୋଗ ପାଇବେ ଯାହା ଫଳରେ ମନ ଆନନ୍ଦିତ ରହିବ ।ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ପରାଜିତ ହେବେ ।ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

ପ୍ରତିକାର-ଓମ୍ ଭଗବତେ ବାସୁଦେବାୟ ନମଃ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇ ପାରେ ଯାହା ଫଳରେ ମନ ଭାରାକ୍ରାନ୍ତ ରହିବ । ପାରିବାରିକ ଜୀବନ ସୁଖପ୍ରଦ ହେବ। ‌ ପିତା ମାତାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ‌। ଅପରାହ୍ନରେ କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି। ମହିଳାମାନେ ଗୃହ କର୍ମରେ ବ୍ୟସ୍ତ ରହିବେ ‌।

ପ୍ରତିକାର-ସାତଟି ଦୁବ,ସାତଟି ପାନ ପତ୍ର ଗଣେଶଙ୍କୁ ଚଢାନ୍ତୁ।

ମିଥୁନ
ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଜଳ, ଅଗ୍ନି ଓ ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ ହେବ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

କର୍କଟ
ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ପାରିବାରିକ ଅଭିବୃଦ୍ଧି ଘଟିବ।

ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

ସିଂହ
ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ବାଧା ସୃଷ୍ଟି କରିପାରେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।ଦୂର ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ରହିବ।

ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରନ୍ତୁ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

କନ୍ୟା
ଆଜି ଅର୍ଥଲାଭ କରାଇବା ସହ ପୂର୍ବ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ। ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ତୁଳା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା କହି ପ୍ରଶଂସିତ ହେବେ।

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ବିଛା
ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

ଧନୁ
ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ । ଲାଗିରହିଥିବା ସମସ୍ଯା ଦୂର ହୋଇଯିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

ପ୍ରତିକାର-କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

ମକର
ଆଜି କୌଣସି କାମରେ ଦୂର ସ୍ଥାନକୁ ଯାଇପାରନ୍ତି ‌। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ପ୍ରତିକାର- ଓମ୍ ଗମ ଗଣପତୟେ ନମଃ ଏହି ମନ୍ତ୍ର କୁ ୨୭ଥର ଜପ କରନ୍ତୁ।

କୁମ୍ଭ
ଆଜି ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କା ଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।

ପ୍ରତିକାର-ମହାଦେବଙ୍କୁ ଦର୍ଶନ କରନ୍ତୁ ଓ କିଛି କଞ୍ଚା କ୍ଷୀରରେ କଳାରାଶି ମିଶାଇ ଶିବଙ୍କ ପାଖରେ ଅର୍ପଣ କରନ୍ତୁ।

ମୀନ
ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।

ପ୍ରତିକାର-ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.