Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ ତା ୧୨-୬-୨୦୨୧ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁନ ତା ୧୨ରିଖ ଶନିବାର ବୃଷ ୨୯ ଦିନ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଦ୍ଵିତୀୟା ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର
ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର
ଘାତ ଚନ୍ଦ୍ର- କନ୍ୟା ରାଶି ପୁରୁଷ, ବିଛା ଓ କୁମ୍ଭ ରାଶି ମହିଳାଙ୍କର
ନିଷେଧ ଖାଦ୍ୟ- ବୋଇତି କଖାରୁ

ମେଷ
ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ । ପାରିବାରିକ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ପ୍ରତିକାର: ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।

ବୃଷ
ଆଜି ସାହାଯ୍ୟ ସହଯୋଗ ଲାଭକରି ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ ‌। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଶାରୀରିକ ମାନସିକ ସ୍ତରରେ ଆଶ୍ବସ୍ତ ଲାଭ କରିବେ। ପରିବହନ ଓ ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ।

ପ୍ରତିକାର: ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କରନ୍ତୁ।

ମିଥୁନ
ଆଜି ଆପଣଙ୍କ ଅଭିଳାଷ ପୂରଣ ହେବ।ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟାକଲେ ନିଶ୍ଚିତ ଉପକୃତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ। ପ୍ରତିବନ୍ଧକ କାରଣରୁ ବ୍ୟବସାୟୀମାନଙ୍କ ପାଇଁ ଦିନଟି ଆୟ ବ୍ୟୟ ପ୍ରାୟତଃ ସମାନ ରହିବ।

ପ୍ରତିକାର: ସାତଟି ଦୁବ ଗଣେଶଙ୍କୁ ଚଢାନ୍ତୁ।

କର୍କଟ
ଆଜି ଆପଣ ଯାହା ଚାହୁଁଛନ୍ତି ତାହା ପାଇବାରେ ବିଳମ୍ବ ଦେଖାଦେବ। କିନ୍ତୁ କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ। ଦୂର ଯାତ୍ରା କରିବାକୁ ପଡିପାରେ ଯାତ୍ରାରେ ଶୁଭ ଫଳ ମିଳିବ କାର୍ଯ୍ୟସିଦ୍ଧି ଘଟିବ। ପାରିବାରିକ ଜୀବନରେ ମନୋମାଳିନ ଅଶାନ୍ତିର କାରଣ ହେବ।

ପ୍ରତିକାର: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ।

ସିଂହ
କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ସନ୍ତାନମାନଙ୍କର ବିଶୃଙ୍ଖଳିତ ଆଚରଣକୁ ନେଇ ଚିନ୍ତିତ ରହିବେ। କେତେକ କାମରେ ପଶ୍ଚାତାପ ଜନିତ ମନସ୍ତାପ କରିପାରନ୍ତି। ଦେହ ଭଲ ରହିବା ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରିଥିବା ଜିନିଷ ବିଳମ୍ବରେ ପାଇବେ।

ପ୍ରତିକାର: ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ।

କନ୍ୟା
ନିଜ ଲୋକମାନଙ୍କ ସାହାଯ୍ୟ ପାଇ ନୂତନ କର୍ମାରମ୍ଭ କରିବାରେ ସମର୍ଥ ହେବେ।ବନ୍ଧୁଙ୍କ ଛଳନାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ସାହିତ୍ୟ, ଚିତ୍ର୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ।

ପ୍ରତିକାର: ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ ।

ତୁଳା
ଆଜି ଆପଣଙ୍କୁ ସମସ୍ତ ଦିଗରେ ସଫଳତା ଲାଭ କରିବେ। ଆର୍ଥିକ ଅଭିବୃଦ୍ଧି ସହ ସାମାଜିକ ପ୍ରତିଷ୍ଠା ମିଳିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭ ପ୍ରଦ ହେବ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ବିଦ୍ୟାର୍ଥୀ ମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଆଶା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ।

ପ୍ରତିକାର: ମା ପାର୍ବତୀଙ୍କୁ ଲାଲ୍ ମନ୍ଦାର ଫୁଲ ଚଢାନ୍ତୁ ।

ବିଛା
ଆଜି ଶୁଭାଶୁଭ ମିଶ୍ରିତ ଫଳ ମିଳିବ। ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ। ଆଶା କରୁଥିବା ଅର୍ଥ ପାଇବା ସହଜ ହେବନାହିଁ ବରଂ ଖର୍ଚ୍ଚାନ୍ତ ହୋଇ ମନସ୍ତାପ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅସୁବିଧାରେ ପଡିଯାଇପାରନ୍ତି। ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି।

ପ୍ରତିକାର: ହନୁମାନଙ୍କ ପାଖରେ ରାଶି ତେଲରେ ଦୀପଟିଏ ଜାଳନ୍ତୁ ।

ଧନୁ
ଆଜି ଅର୍ଥ ସମ୍ପର୍କିତ ସମସ୍ୟା ଦେଖାଦେଇପାରେ ଯାହା ଫଳରେ ଧାର କରଜ କରିବାକୁ ବାଧ୍ୟ ହେବେ।ଅବଶ୍ୟ ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ ଭାଇ ଭଉଣୀ ମାନଙ୍କ ସହିତ ମତାନ୍ତର ଦେଖାଦେଇପାରେ । ।କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ‌।

ପ୍ରତିକାର: ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।

ମକର
ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ ହଠାତ୍ ଶରୀର ଅସୁସ୍ଥ ହୋଇ ପାରେ। କର୍ମ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ଫାଇଲ୍‌ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡ଼ିପାରେ । ସନ୍ଧ୍ୟା ବେଳକୁ କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।

ପ୍ରତିକାର: ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ।

କୁମ୍ଭ
ଆନୁଷଙ୍ଗିକ ସାହାଯ୍ୟ ଲାଭକରି ଅଟକି ରହିଥିବା କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅତୀତର ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଏଣୁ ସାବଧାନତା ନିତାନ୍ତ ଦରକାର। କଳା, ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ସଫଳତା ମିଳିବ।

ପ୍ରତିକାର: ମିଠାଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ମୀନ
ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ମିଳିବ । ସ୍ଥଗିତ କାମକୁ ତ୍ୱରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

ପ୍ରତିକାର: ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ  ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

 

Leave A Reply

Your email address will not be published.