Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୧୩-୩-୨୦୨୧ ମସିହା ଶନିବାର

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୧୩ ରିଖ ଶନିବାର
କୁମ୍ଭ ୩୦ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି ପୂର୍ବ ଭାଦ୍ର ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଆଜିର ଘାତ ବାର:- ବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର:- ମିଥୁନ ରାଶି ପୁରୁଷ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ:- ମତ୍ସ୍ୟ, ମାଂସ ( ଆମିଷ)

ମେଷ
ଆଜି କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି ହେବେ। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଛୋଟ ଘଟଣାକୁ ଚିନ୍ତା କରି ଟେନ୍‌ସନରେ ରହିପାରନ୍ତି।

ବୃଷ
ଆଜି କାର୍ଯ୍ୟ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଦେଖାଦେବ।ଆଧ୍ୟାତ୍ମିକ ଦିଗରେ ମନୋନିବେଶ କରିବେ। ସଭାସମିତିରେ ସମ୍ବର୍ଦ୍ଧିତ ହେବେ।

ମିଥୁନ
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ମହିଳାମାନେ ଜଗିରଖି ଚଳନ୍ତୁ ଦାମ୍ପତ୍ୟ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।

କର୍କଟ
ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ। ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହୋଇଯିବ।

ସିଂହ
ଆଜି ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ଯାନବାହନ, ପରିବହନ ଏବଂ ବାଣିଜ୍ୟରେ ଆୟ ବୃଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ ‌। ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ।

କନ୍ୟା
ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସଫଳତା ମିଳିବ ‌‌।

ତୁଳା
ଆଜି କୌଣସି କ୍ଷେତ୍ରରେ ତରବରିଆ ଭାବରେ ନିଷ୍ପତ୍ତି ନିଅନ୍ତୁ ନାହିଁ। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ। ଦୀର୍ଘଦିନର ଆଶା ଫଳବତୀ ହେବ । ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।

ବିଛା
ଆଜି ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ପାଇବେ ।

ଧନୁ
ଆଜି ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ଧାରକରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।

ମକର
ଆଜି ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ । ପରିଶ୍ରମ ନୁଯାଇ ପାରିଶ୍ରମିକ ମିଳିବ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟ ହୋଇପାରନ୍ତି।

କୁମ୍ଭ
ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା କାମରେ ପ୍ରଶଂସିତ ହେବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ

ମୀନ
ଆଜି ଆପଣଙ୍କୁ ସୁସ୍ବାଦୁ ଭୋଜନ ମିଳିବ। ମହିଳାମାନେ ଗୃହ କର୍ମରେ ବ୍ୟସ୍ତ ରହିବେ।ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଦୂର ଯାତ୍ରା କରିବାକୁ ପଡ଼ିପାରେ। ଯାତ୍ରା କଲାବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.