Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳତା ୧୪-୪-୨୦୨୧ ବୁଧବାର
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୪ ତାରିଖ ବୁଧବାର ମେଷ୧ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର
ଆଜିର ଘାତ ବାରକର୍କଟ ରାଶିର
ଆଜିର ଘାତ ଚନ୍ଦ୍ର ମେଷ ରାଶିର 
ଆଜିର ନିଷେଧ ଖାଦ୍ୟ କଖାରୁ ଓ ପୋଟଳ 
*ଆଜି ମହା ବିଷୁବ ପଣା ସଂକ୍ରାନ୍ତି ଓଡ଼ିଆ ନୂତନ ବର୍ଷ ଆରମ୍ଭ ,ଶ୍ରୀ ହନୁମାନ ଜୟନ୍ତୀ

ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ ।  ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ କଟିବ।

ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ନୂତନ ଗୃହ କାର୍ଯ୍ୟ ଆରମ୍ଭ କରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। କାର୍ଯ୍ୟ କ୍ଷେତ୍ରରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ ।

ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ । ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ । ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।

କର୍କଟ
ଆଜି ମନ ପ୍ରସନ୍ନ ରହିବ । ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିବ ।ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ସମାଧାନ କରିବାକୁ ସକ୍ଷମ ହେବେ  । ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ ।

ସିଂହ
ଆଜି ବ୍ୟୟବୃଦ୍ଧି ହେବ । ଶାରୀରିକ ପୀଡା ଦେଖାଦେବ । ନିଜ ସମ୍ପର୍କୀୟମାନେ ସାହାଯ୍ୟ ସହଯୋଗ କରିବା ପାଇଁ ଆଗ୍ରହୀ ହେବେ।କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହୋଇପାରନ୍ତି ।ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ବ୍ୟଥିତ ହୋଇ ପାରେ ।

କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିବ । ଅପରାହ୍ନରେ କୋୖଣସି ଶୁଭ ସମାଚାର ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ । ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ ।

ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ମାଲିମକଦ୍ଦମାରେ ଜଡ଼ିତ ହୋଇପାରନ୍ତି। ଯଗିରଖି ଭାବି ଚିନ୍ତି କାର୍ଯ୍ୟ କରନ୍ତୁ। କାର୍ଯ୍ୟକ୍ଷେତ୍ରରେ ସ୍ଥାନାନ୍ତରର ଯୋଗ ରହିଛି । ବ୍ୟବସାୟରେ ପାର୍ଟନର ସହ ମତଭେଦ ହୋଇପାରେ । ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ ।

ବିଛା
ଆଜି ଉପହାର ମିଳିପାରେ ।କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ । କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ନୂତନ ଯୋଜନା କରି ସୁଫଳ ମିଳିପାରେ । ପରିବାରରେ ସୁଖରେ ସମୟ କାଟିବେ ।

ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି । ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିବ । କୌଣସି ନୂତନ ସ୍ଥାନକୁ ଯିବାକୁ ପଡିପାରେ ପ୍ରୀତିଭୋଜନର ଯୋଗ ରହିଛି ।କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ ।ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।

ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ । ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଯଥା ଖର୍ଚ୍ଚ ବଢ଼ିଯିବ । ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରା କରିବାକୁ ପଡିପାରେ। ସମସ୍ତ ଦିଗରେ ବାଧା-ବିଘ୍ନକୁ ଏଡାଇଯିବେ ।

କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ । ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ଦେଖାଦେଇପାରେ । କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁ ମନ ଭାରାକ୍ରାନ୍ତ ରହିବ।ପରିବାରରେ ଭୁଲ ବୁଝାମଣା ଯୋଗୁ ମନୋମାଳିନ୍ୟ ଦେଖାଦେବ ।

ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି । ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିବ। ନୂତନ ବସ୍ତ୍ରାଭୂଷଣ ଲାଭ କରିବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପରିବର୍ତ୍ତେ ସମାଲୋଚିତ ହୋଇପାରନ୍ତି । ବାଣିଜ୍ୟ ବ୍ୟବସାୟରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହେବେ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.