ଆଜିର ରାଶିଫଳ
ତା ୧୫-୩-୨୦୨୧ ସୋମବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୧୫ ତାରିଖ ସୋମବାର
ମୀନ ୨ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର
ଆଜିର ଘାତ ବାର- ମିଥୁନ ରାଶିର
ଆଜିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ- କଖାରୁ
ଆଜି ଦିନର ମହତ୍ତ୍ଵ- ଆଜି ରାମକୃଷ୍ଣ ପରମହଂସଦେବ ଜୟନ୍ତୀ
ମେଷ:
ଆଜି ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ
ପାରିବେ।
ବୃଷ:
ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ।
ମିଥୁନ:
ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ରହିଛି। ବାଣିଜ୍ୟ, ବ୍ୟବସାୟରେ ସଫଳତା ମିଳିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରନ୍ତି ଏଣୁ ଜଗିରଖି ଚଳନ୍ତୁ ।
କର୍କଟ:
ଆଜି କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖାଦେଇପାରେ।ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଗଠନମୂଳକ କାର୍ଯ୍ୟରେ ଯୋଗଦାନ କରିବେ।
ସିଂହ:
ଆଜିର ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହେବ। ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ଶୁଭ ପ୍ରଦ ରହିବ।
କନ୍ୟା:
ଆଜି ଦିନଟି ଭଲରେ ଅତିବାହିତ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ। ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ।
ତୁଳା:
ଆଜି ସ୍ବାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମନରେ ଭୟ ଆଶା ଆଶଙ୍କା ସୃଷ୍ଟି କରିବ। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ। ଶିଳ୍ପ ଓ ପରିବହନରେ ସମସ୍ୟା ଦୂର କରିବାକୁ ସମର୍ଥ ହେବେ।
ବିଛା:
ଆଜି ହସଖୁସିରେ ଦିନକୁ ଅତିବାହିତ କରିବେ। ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ବକେୟା ପ୍ରାପ୍ୟ ହସ୍ତଗତ ହେବ।ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦୂର ଯାତ୍ରା କରିବାକୁ ପଡିପାରେ।
ଧନୁ:
ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ଆପଣ ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ। କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ ବିଜୟୀ ହେବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମକର:
ଆଜି ପାରିବାରିକ ସ୍ଥିତି ଭଲ ରହିବ। ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅସହ୍ୟ ହୋଇପାରେ। ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଜୀବନ ସୁଖମୟ ହେବ।
କୁମ୍ଭ:
ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁମାନଙ୍କ ସହ କୋୖଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି।
ମୀନ:
ଆଜି ମାନସିକ ସ୍ଥିତି ସୁଦୃଢ ହେବ ଏବଂ ସମସ୍ତ ଦିଗରେ ସଫଳତା ହାସଲ କରିବେ । ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦଳାଇ ଅସହଯୋଗ କରିପାରନ୍ତି।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.