Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୧୬-୭-୨୦୨୧ ଶୁକ୍ରବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁଲାଇ ତା ୧୬ ରିଖ ଶୁକ୍ରବାର କର୍କଟ ୧ ଦିନ ଆଷାଢ଼ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥି
ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର
ଘାତ ବାର-: ବିଛା, ଧନୁ ଓ ମୀନ ରାଶିର
ଘାତ ଚନ୍ଦ୍ର-: ବୃଷ ରାଶି ପୁରୁଷଙ୍କ ଓ ଧନୁ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-: ପିତା ଦ୍ରବ୍ୟ
ଆଜି – କର୍କଟ ସଂକ୍ରାନ୍ତି,ହେରାପଞ୍ଚମୀ ଶ୍ରୀ ମା ଲକ୍ଷ୍ମୀଙ୍କ ନନ୍ଦିଘୋଷ ରଥ ଭଗ୍ନ

ମେଷ
ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି ।ମହିଳା ମାନଙ୍କର କାର୍ଯ୍ଯ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ପ୍ରତିକାର-ସାତୋଟି ଲବଙ୍ଗ ପାଖରେ ରଖନ୍ତୁ।

ବୃଷ
ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ପ୍ରତିକାର-କୈ।ଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମିଥୁନ
ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

ପ୍ରତିକାର-ଶିବଙ୍କୁ କର୍ପୂରର ଆଳତୀ କରନ୍ତୁ ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

କର୍କଟ
ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ।ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ପ୍ରତିକାର-ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୧ଥର ଜପ କରନ୍ତୁ।

ସିଂହ
ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

ପ୍ରତିକାର-ଓମ ନମଃ ଭଗବତେ ଶ୍ରୀ ସୂର୍ଯ୍ୟ ନାରାୟଣାୟ ଏହି ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା
ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ପ୍ରତିକାର-ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ତୁଳା
ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର-ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ବିଛା
ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ପ୍ରତିକାର-ହନୁମାନଙ୍କୁ ଦର୍ଶନ କରନ୍ତୁ ତାଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।

ଧନୁ
ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।

ପ୍ରତିକାର-ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।

ମକର
ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

ପ୍ରତିକାର-ଶିବଙ୍କ ପାଖରେ ପାଞ୍ଚୋଟି ତ୍ରୀଶାଖା ବେଲପତ୍ର ମହାମୃତ୍ଯୁଞ୍ଜୟ ମନ୍ତ୍ରରେ ପ୍ରଦାନ କରନ୍ତୁ।

କୁମ୍ଭ
ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ପ୍ରତିକାର-ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।

ମୀନ
ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।

ପ୍ରତିକାର-ଅଶ୍ୱତ୍ଥ ବୃକ୍ଷ ମୂଳରେ ରାଶି ତେଲର ଦୀପଟିଏ ପ୍ରଦାନ କରନ୍ତୁ।

ଜ୍ୟୋତିଷ ବାଣୀ-
ଗୃହରେ ସୁଖ ଶାନ୍ତି ପାଇଁ ସରଳ ପ୍ରତିକାର
ସାତଟି ବୁଧବାର ଗଣେଶଙ୍କୁ ପୂଜା କରିବା ସହିତ ସାତଟି ପାନ ପତ୍ର ଚଢାନ୍ତୁ ଓ ସାତଟି ରାଶି ଲଡୁ ଭୋଗ କରି ସାତ ବର୍ଷରୁ କମ ବୟସର ପିଲାମାନଙ୍କୁ ବାଣ୍ଟନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.