Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୧୬-୩-୨୦୨୧ ରିଖ ମଙ୍ଗଳବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୧୬ ରିଖ ମଙ୍ଗଳ ବାର ମୀନ ୩ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି ଅଶ୍ଵିନୀ ନକ୍ଷତ୍ର ମେଷ ଚନ୍ଦ୍ର
ଆଜିର ଘାତ ବାର- ମକର ରାଶିର
ଆଜିର ଘାତ ଚନ୍ଦ୍ର- ମେଷ ରାଶିର
ଆଜିର ନିଷେଧ ଖାଦ୍ୟ- ପୋଟଳ

ମେଷ
ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମନାନ୍ତର ମତାନ୍ତରକୁ କେନ୍ଦ୍ରକରି ମନସ୍ତାପ କରିବେ।

ବୃଷ
ଆଜି ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ଅପ୍ରିୟ ସତ୍ଯକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବହୁ ଦିନରୁ ଲାଗି ରହିଥିବା ବିବାଦ ସମାଧାନ ହୋଇଯିବ।

ମିଥୁନ
ଆଜି ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟ ଆରମ୍ଭ କରିବାକୁ ଅଗ୍ରସର ହେବେ ‌। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ।

କର୍କଟ
ଆଜି ପରିବାରରେ ଭୁଲ ବୁଝାମଣା ଦେଖାଦେଇପାରେ । ପିତା ମାତାଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ମିଳିବ ‌। କୋଟ କଚେରୀ ମାଲି ମୋକଦ୍ଦମାରେ ବିଜୟୀ ହେବେ ‌।

ସିଂହ
ଆଜି ଦୂର ଯାତ୍ରା କରିବାକୁ ପଡିପାରେ, ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ ‌। ବନ୍ଧୁ ଦର୍ଶନର ସୁଯୋଗ ରହିଛି ‌।ଶତୃମାନେ ପରାଜିତ ହେବେ ‌

କନ୍ୟା
ଆଜି କର୍ମକ୍ଷେତ୍ରର ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।

ତୁଳା
ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ ‌। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରନ୍ତି।

ବିଛା
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବେ। ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ଧନୁ
ଆଜି ବାଣିଜ୍ୟ, ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ ‌।

ମକର
ଆଜି ଆପଣ ଭଲ କଥା କହିଲେ ମଧ୍ୟ ଅନ୍ଯମାନେ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ସଫଳତା ହାସଲ କରିବେ।

କୁମ୍ଭ
ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।

ମୀନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଭୟ କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ ରହିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.