Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ
ତା୧୭- ୧-୨୦୨୧ ରବିବାର

ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୧୭ ରିଖ ରବିବାର ମକର ୪ ଦିନ ପୌଷ ମାସ ଶୁକ୍ଳ ପଞ୍ଚମୀ ତିଥି ପୂର୍ବ ଭାଦ୍ର ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-: ମେଷ ରାଶିର
ଘାତ ଚନ୍ଦ୍ର-: ମିଥୁନ ରାଶି ପୁରୁଷ ଓ ମୀନ ରାଶିର
ଆଜି: ବେଲ ଖାଇବା ନିଷେଧ

ମେଷ :
ମାନସିକ ଅଶାନ୍ତି ଓ ପାରିବାରିକ କଳହ ଦେଖା ଦେବ ।ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଖୁସି ରହିବ ।ମହିଳାମାନେ ଜଗି ରଖି ଚଳନ୍ତୁ ଶାରୀରିକ ପୀଡା ଅନୁଭବ କରିବେ ।ବିବାଦୀୟ ଘଟଣାରେ ନିରବତା ଅବଲମ୍ବନ କରନ୍ତୁ ।

ବୃଷ:
ଗୁପ୍ତ ଶତୃ ଭୟ ମନକୁ ବ୍ୟତିବସ୍ତ କରାଇବ ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହାନୁଭୂତି ପାଇବେ ନାହିଁ ।ଅପ୍ରିୟ କଥାବାର୍ତ୍ତା କରନ୍ତୁ ନାହିଁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।

ମିଥୁନ :
ପ୍ରତ୍ୟେକଟି ଦିଗରୁ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟ ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ ।ବ୍ଯବସାୟୀ ମାନେ ବ୍ଯବସାୟରେ ଲାଭବାନ ହେବେ ।ମହିଳାମାନେ ଶାନ୍ତି ଅନୁଭବ କରିବେ।

କର୍କଟ:
ମାଲିମକଦ୍ଦମାରେ ବିଜୟୀ ହେବେ ।ପୂର୍ବର ଶତୃମାନେ ପରାଜିତ ହେବେ ।ସ୍ଵାଦିଷ୍ଟ ଭୋଜନ ମିଳିବ ।ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ।ରାଜନୀତିଜ୍ଞ ମାନେ ପ୍ରଶଂସନୀୟ ହେବେ ।

ସିଂହ:
ପ୍ରତ୍ୟେକଟି କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ।ଅଜଣା ଅଶୁଣା ବ୍ଯକ୍ତିଠାରୁ ଦୂରେଇ ରହନ୍ତୁ ।ଗୃହ ବିବାଦ ଭାତୃ ସମ୍ପର୍କକୁ ନେଇ ଚିନ୍ତିତ ହେବେ ।ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।

କନ୍ୟା :
ଶରୀର ଅସୁସ୍ଥ ଓ ମନ ଅସ୍ଥିର ରହିବ ।ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଓ ବାଦବିବାଦ ଦେଖା ଦେବ ।ଯାତ୍ରାରେ ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ଅମନଯୋଗି ହେବେ ।

ତୁଳା :
ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ ।ପାରିବାରିକ ଜୀବନ ସୁଖମୟ ହେବ ।ସ୍ଵାଦିଷ୍ଟ ଭୋଜନ ମିଳିବ ଓ ସଞ୍ଚିତ ଅର୍ଥ ବୃଦ୍ଧି ପାଇବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଶାନୁରୂପ ଲାଭବାନ ହେବେ ।ମହିଳାମାନେ ଯଶସ୍ବୀ ହେବେ ।

ବିଛା :
ନିଜ ଲୋକମାନଙ୍କ ସହ ହସ ଖୁସିରେ ଦିନଟି କଟାଇବେ ।କାର୍ଯ୍ୟ କ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ପାଇବ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ଧନ ଜନ ମାନ ସମ୍ମାନ ଏସବୁର ଅଧିକାରୀ ହେବେ ।ଲକ୍ଷ୍ୟ ସ୍ଥଳରେ ନିର୍ବିଘ୍ନରେ ପହଞ୍ଚିବେ ।ଯାନବାହନ ଲାଭ ହେବ ।

ଧନୁ:
ବିବାଦୀୟ ଘଟଣାରେ ବିଜୟୀ ହେବେ ।ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଆନନ୍ଦିତ ହେବ ।ଶରୀରର ସୁସ୍ଥ ରହିବ ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ।ମହିଳା ମାନେ ଅପମାନିତ ସମାଲୋଚିତ ହେବେ ।

ମକର:
ପାରିବାରିକ ସମ୍ପର୍କରେ ଭୁଲ ବୁଝାମଣା ଦେଖା ଦେବ ।ମହିଳା ମାନେ ପରିବାରରେ ଚିନ୍ତିତ ହେବେ । ଯାତ୍ରାରେ ସତର୍କତା ଅବଲମ୍ବନ କରନ୍ତୁ ଯାତ୍ରା କଷ୍ଟ ଦାୟକ ହେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।

କୁମ୍ଭ:
ଆଜି ଦିନଟି ସମ୍ପୁର୍ଣ୍ଣ ଭଲରେ କଟିବ ।ଯୋଜନାନୁଯାୟୀ କାମ କରି ସେଥିରେ ସଫଳତା ପାଇବେ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ମୀନ :
ଅପ୍ରିୟ ସତ୍ୟ କଥା କହି ଦୋଷି ସାବ୍ଯସ୍ତ ହୋଇପାରନ୍ତି ।ମହିଳା ମାନେ ପ୍ରତ୍ୟେକଟି କାର୍ଯ୍ଯରେ ସଫଳତା ଲାଭ କରିବେ ।ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ଛାତ୍ରଛାତ୍ରୀମାନେ  ଉତ୍ତଶୃଙ୍ଖଳିତ ହେବେ । ବ୍ଯବସାୟରେ ସ୍ଥିରତା ରହିବ । ଆଶାନୁରୂପ ଲାଭବାନ ହେବେ ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର  ମୋବାଇଲ ନମ୍ବର:୯୪୩୭୨୨୫୪୩୪

Leave A Reply

Your email address will not be published.