Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୧୭-୩-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ତା ୧୭ରିଖ ବୁଧବାର ମୀନ ୪ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର
ଆଜିର ଘାତ ବାର- କର୍କଟ ରାଶିର
ଆଜିର ଘାତ ଚନ୍ଦ୍ର- ମେଷ ରାଶିର
ଆଜିର ନିଷେଧ ଖାଦ୍ୟ- ମୂଳା

ମେଷ
ଆଜି ଆପଣଙ୍କ କାର୍ଯ୍ୟରେ ଉଚ୍ଚପଦସ୍ଥ ଅଧିକାରୀ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।

ବୃଷ
ଆଜି ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ।ଆୟ ବ୍ୟୟ ପ୍ରାୟତଃ ସମାନ ହେବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ଲାଭ କରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ।

ମିଥୁନ
ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରସନ୍ନ ରହିବ ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟ କରିବା ପାଇଁ ମନୋନୀତ ହେବେ ‌।

କର୍କଟ
ଆଜି ପାରିବାରିକ ଜୀବନରେ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ରହିବ। କାହାରି ସାଙ୍ଗରେ ବାଦ-ବିବାଦ କରନ୍ତୁ ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ ‌।

ସିଂହ
ଆଜି କୋର୍ଟ-କଚେରୀ ମାମଲାରେ ବିଜୟୀ ହେବେ। ଉତ୍ତମ ଭୋଜନ ମିଳିବ। ମଧ୍ୟାହ୍ନ ପରେ କୋୖଣସି ନୂତନ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ସମ୍ମାନିତ ହେବେ।

କନ୍ୟା
ଆଜି ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ବିବେକାନୁମୋଦିତ ନିର୍ଣ୍ଣୟ ନିୟନ୍ତୁ ନିଶ୍ଚିତ ଭାବରେ ସଫଳତା ହାସଲ କରିବେ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ।

 ତୁଳା
ଆଜିର ଦିନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ। ପିତା ମାତାଙ୍କ ଆଶୀର୍ବାଦ ପାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।

ବିଛା
ଆଜି ଯଗିରଖି ଚଳନ୍ତୁ ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେଇପାରେ ‌। କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ସହିତ ଅସମ୍ମାନିତ ହୋଇ ପାରନ୍ତି। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ‌।

ଧନୁ
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। କଳା ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବେ।

ମକର
ଆଜି ସନ୍ତାନ ସନ୍ତତି ମାନଙ୍କ ପାଇଁ ଆନନ୍ଦିତ ହେବେ। ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ ।

କୁମ୍ଭ 
ଆଜି ଆକସ୍ମିକ ଅର୍ଥଖର୍ଚ୍ଚ ହୋଇପାରେ। ପିଲା ଦିନର ସାଙ୍ଗ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖନ୍ତୁ।

ମୀନ
ଆଜି ଆତ୍ମବିଶ୍ଵାସ ରଖି ପ୍ରତ୍ୟେକ କାର୍ଯ୍ୟକୁ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମହିଳାମାନେ କାର୍ଯ୍ୟ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.