Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୧୭-୫-୨୦୨୧ ସୋମବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମଇ ତା ୧୭ ରିଖ ସୋମବାର ବୃଷ ୩ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ପୁନର୍ବସୁ ନକ୍ଷତ୍ର କର୍କଟ ଚନ୍ଦ୍ର
ଘାତ ବାର-: ମିଥୁନ ରାଶିର
ଆଜିର ନିଷେଧ ଖାଦ୍ୟ-: ବେଲ
ଆଜି- ଆଦି ଶଙ୍କରାଚାର୍ଯ୍ୟ ଜୟନ୍ତୀ

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ ଯାହା ଫଳରେ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ ।ମନରେ ଭୟ ଆଶା ଆଶଙ୍କା ଦେଖା ଦେବ। ଗୃହରେ ଭାତୃ ସମ୍ପର୍କରେ ମତପାର୍ଥକ୍ୟ ଦେଖାଦେଇପାରେ। ମହିଳାମାନେ ଜଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ ।

ବୃଷ
ଆଜି ଆର୍ଥିକ ସହାୟତା ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ।ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ କୈାଣସି ଆନୁଷ୍ଠାନିକ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡିପାରେ। ଦୀର୍ଘ ଦିନର ସୁଚିନ୍ତିତ ନୂତନ ଗୃହ ବାବାଣିଜ୍ୟାରମ୍ଭ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

ମିଥୁନ
ଆଜି କୌଣସି ବିବାଦୀୟ ଘଟଣାରେ ହସ୍ତକ୍ଷେପ କରି ସମସ୍ଯାର ସମାଧାନ କରିବାରେ ସମର୍ଥ ହେବେ।ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଅସ୍ଥିରତା ସକାଶେ ମନ ଭଲ ରହିବ ନାହିଁ । ବ୍ୟବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ‌।କଳା, ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ ।

କର୍କଟ
ଆଜି ବିଳମ୍ବରେ ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ । ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ। ଦୀର୍ଘ ଦିନର ସ୍ବପ୍ନ ଓ ଆଶା ପୂରଣ ହେବ । ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ। ଜଣେ ଅପରିଚିତ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗ ପାଇ ଉପକୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଦୁର୍ଗା ସପ୍ତ ଶ୍ଳୋକି ପାଠ କରନ୍ତୁ ।

ସିଂହ
କର୍ମକ୍ଷେତ୍ରର ଉଚ୍ଚ କତୃପକ୍ଷଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ।ବନ୍ଧୁଙ୍କ ମାଧ୍ୟମରେ ଅଭିଳଷିତ ଜିନିଷ ପାଇପାରିବେ। ଯାତ୍ରା ସମୟରେ ସତର୍କ ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି।ବ୍ୟବସାୟ ବାଣିଜ୍ୟ ସକାଶେ ଦିନଟି ବହୁତ ଭଲ ରହିବ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ମହା ମୃତ୍ୟୁଞ୍ଜୟ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କନ୍ୟା
ଆଜି ଆପଣ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ପ୍ରାଧାନ୍ୟ ଦେଇ ଅସୁବିଧାରେ ପଡିଯାଇପାରନ୍ତି।ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ । ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାନ୍ତୁ, ଅବଶ୍ୟ ଆଶା ପୂରଣ ହୋଇଯିବ, ଏଥିରେ ଆଦୌ ସନ୍ଦେହ ନାହିଁ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ ।

ତୁଳା
ଆଜି ପାରିବାରିକ ଜୀବନ ସୁଖପ୍ରଦ ହେବ। ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି।ସୁ ସ୍ବାଦୁ ଭୋଜନ ମିଳିବ। କୈ।ଣସି ସଙ୍ଗଠନର ମୂଖ୍ୟ ଦାୟିତ୍ଵ ଗ୍ରହଣ କରିପାରନ୍ତି। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ।

ବିଛା
ଆଜି ପୂର୍ବସ୍ଥିରୀକୃତ ସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁମିଳନ ସହ ସାମୂହିକ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବାର ଆଶଙ୍କା ରହିଛି ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ ।

ଧନୁ
ଆଜି ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। କିନ୍ତୁ ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ମହିଳାମାନେ କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ନବ ଗ୍ରହ ସ୍ତୋତ୍ର ପାଠ କରନ୍ତୁ।

ମକର
ଆଜି ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟିହେବ। ବନ୍ଧୁ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ସମ୍ପର୍କୀୟଙ୍କ ଆଶ୍ୱାସନା ମନକୁ ଲାଘବ କରିଦେଇପାରେ। ବ୍ୟବସାୟ, ପରିବହନରେ ଉନ୍ନତି ଘଟିବ। ବିଦ୍ୟାର୍ଥୀମାନେ ପରିଶ୍ରମ ଅନୁଯାୟୀ ଆଶାଜନକ ଶୁଭ ଫଳ ମିଳିବ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ ।

କୁମ୍ଭ
ଆଜି ସମସ୍ତ ସମସ୍ୟା ପରିସମାପ୍ତି ଘଟିବ। ଶତୃମାନେ ପରାଜିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରିବେ । ବାରମ୍ବାର ସ୍ଥାନ ଓ କାମର ପରିବର୍ତ୍ତନ ଚିନ୍ତା ମନରେ ଆଲୋଡନ ସୃଷ୍ଟି କରିବ। କିନ୍ତୁ ମନ ବୁଝିଲା ଭଳି କଥା କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ଶ୍ରୀ ସୁକ୍ତ ପାଠ କରନ୍ତୁ ।

ମୀନ
ଆଜି କାର୍ଯ୍ୟରେ ସିଦ୍ଧିଲାଭ କରିବେ।ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ଏବଂ ଆଶାଜନକ ସୁଫଳ ନିଶ୍ଚିତ ପାଇବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ପ୍ରତିକାର- ଅଶୁଭତ୍ବକୁ ଖଣ୍ଡନ ପାଇଁ ଶୁଭ ଫଳ ପାଇବା ପାଇଁ ହନୁମାନ ଚାଳିଶା ପାଠ କର ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.