ଆଜିର ରାଶିଫଳ
ତା ୧୮-୩-୨୦୨୧ ଗୁରୁବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ତା ୧୮ରିଖ ଗୁରୁବାର ମୀନ ୫ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି କୃତ୍ତିକା ନକ୍ଷତ୍ର ମେଷ ଚନ୍ଦ୍ର
ଆଜିର ଘାତ ବାର- ତୁଳା ଓ କୁମ୍ଭ ରାଶିର
ଆଜିର ଘାତ ଚନ୍ଦ୍ର- ମେଷ ରାଶିର
ଆଜିର ନିଷେଧ ଖାଦ୍ୟ- ବେଲ
ମେଷ
ଆଜି ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରକୁ ନେଇ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।
ବୃଷ
ଆଜି କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ
ଆଜି ସରକାରୀ ସାହାଯ୍ୟ ସହଯୋଗ ପାଇବେ । ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ କାର୍ଯ୍ୟ କରିବା ପାଇଁ ସମର୍ଥ ହେବେ। ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ଦେବ ଦର୍ଶନ କରିବା ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
କର୍କଟ
ଆଜି ଲାଗିରହିଥିବା ଟେନସନ୍ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।
ସିଂହ
ଆଜି ପାରିବାରିକ ଜୀବନ ସୁଖମୟ ହେବ । ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ ସଫଳତା ହାସଲ କରିବେ।ଜମିଜମା ବିବାଦରେ ବିଜୟୀ ହେବେ।
କନ୍ୟା
ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ।
ତୁଳା
ଆଜି କାର୍ଯ୍ୟରେ ସିଦ୍ଧିଲାଭ କରିବେ ।ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ବ୍ୟବସାୟରେ ଲାଭ ପରିବର୍ତ୍ତେ କ୍ଷତି ହୋଇପାରେ। ଯଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବାକୁ ପଡିପାରେ।
ବିଛା
ଆଜି ଶରୀରିକ ଓ ମାନସିକ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ ।ସାମ୍ବାଦିକତା, ଏଜେନ୍ସିପ୍ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।
ଧନୁ
ଆଜି ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା କରିବେ।ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଆଜି ଦିନଟି ଶୁଭ ପ୍ରଦ ହେବ।
ମକର
ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ଠକିଦେଇପାରେ। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ।
କୁମ୍ଭ
ଦୀର୍ଘଦିନରୁ ଅଟକି ରହିଥିବା ଅର୍ଥ ହସ୍ତଗତ ହେବ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଇ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ଯୋଗୁ ମନୋବଳ କମି ଯାଇପାରେ।
ମୀନ
ଆଜି ବହୁ ପ୍ରତୀକ୍ଷିତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି।ଜମିଜମା କ୍ରୟ କିମ୍ବା ଗୃହରମ୍ଭ ପାଇଁ ଦିନଟି ଅନୁକୂଳ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିବେ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.