Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୮-୬-୨୦୨୧ ଶୁକ୍ରବାର


ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁନ ତା ୧୮ ରିଖ ଶୁକ୍ରବାର ମିଥୁନ ୪ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ଉତ୍ତର ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର
ଘାତ ବାର-: ବିଛା, ଧନୁ ଓ ମୀନ ରାଶିର
ଘାତ ଚନ୍ଦ୍ର-: ବୃଷ ରାଶିର
ଆଜିର ନିଷେଧ ଖାଦ୍ୟ-: ନଡ଼ିଆ

ମେଷ
ପାରିବାରିକ ଜୀବନରେ ଭୁଲ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷର ହଠାତ୍‌ ଖୋଜ ଖବର ପାଇପାରନ୍ତି।

ପ୍ରତିକାର- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ବୃଷ
ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନ ସନ୍ତତି ମାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଆୟ ବୃଦ୍ଧି ଘଟିବ। ନୂତନ ଗୃହ ନିର୍ମାଣ ପାଇଁ ଆୟୋଜନ କରିବେ। ଯାନବାହାନର କ୍ରୟ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଆକସ୍ମିକ ଅର୍ଥ ଲାଭହେବ।

ପ୍ରତିକାର- ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୧ଥର ଜପ କରନ୍ତୁ।

ମିଥୁନ
ଆଜି ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣକୁ ନେଇ ମନ ଭାରାକ୍ରାନ୍ତ ରହିବ।ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମାରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।

ପ୍ରତିକାର- ଗଣେଶଙ୍କ ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

କର୍କଟ
ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ।

ପ୍ରତିକାର- ଓଁ ନମଃ ଶିବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

 

ସିଂହ
ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଭୁଲ ବୁଝାମଣା ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ଜିନିଷ ପତ୍ର କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ପ୍ରତିକାର- ଓଁ ଘୃଣି ସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ।

କନ୍ୟା
ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲିତ ରହିବ।

ପ୍ରତିକାର- କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ତୁଳା
ଆଜି ପରିବାରରେ ସମସ୍ୟା ଦେଖାଦେଇପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବା ସହ ବିଫଳ ହୋଇପାରନ୍ତି ।ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ପ୍ରତିକାର- ହନୁମାନ ଚାଳିଶା ପାଠ କରିବା ସହିତ ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

ଧନୁ
ଆଜି ଆପଣଙ୍କୁ କୌଣସି ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରାଭୂଷଣ ପ୍ରାପ୍ତିର ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ଚୋରୀ ବା ହଜିଯାଇପାରେ।

ପ୍ରତିକାର- ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୧ଥର ଜପ କରନ୍ତୁ।

ମକର
ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ପ୍ରତିକାର- କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

କୁମ୍ଭ
ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଆର୍ଥକ ସଫଳତା ନିଶ୍ଚିତ ମିଳିବ। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ।

ପ୍ରତିକାର-ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କରନ୍ତୁ।

ମୀନ
କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ ଶୁଭ ଫଳ ମିଳିବ। ବହୁ ଦିନର ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ହାସଲ କରିବେ।

ପ୍ରତିକାର- ଶିବ ଦର୍ଶନ କରିବା ସହିତ କର୍ପୂର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.