Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  

ତା ୧୮-୧୦-୨୦୨୦ ରବିବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୧୮ ରିଖ ରବିବାର ତୁଳା ୨ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ତିଥି ସ୍ବାତୀ ଭୁକ୍ତ ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର  

ଘାତ ବାର :- ମେଷ ରାଶିର   

 ଆଜି: ବୋଇତି କଖାରୁ ଖାଇବା ନିଷେଧ

ମେଷ :ପାରିବାରିକ ଜୀବନରେ ସୁଖଶାନ୍ତି ବିରାଜମାନ କରିବ ।ପିତା ମାତା ଗୁରୁଜନମାନଙ୍କର ସ୍ନେହ ଆଶୀର୍ବାଦ ଲାଭ କରିବେ । ପରିଶ୍ରମ ଅନୁଯାୟୀ ପାରିଶ୍ରମିକ ସନ୍ତୋଷଜନକ ମିଳିବ ।

ବୃଷ :ପୂର୍ବର ସମସ୍ଯା ଓ ପ୍ରତିବନ୍ଧକ ଦୂର ହେବ ।ଶତୃମାନେ ପରାଜିତ ହେବେ ।ଦେହ ମନ ସୁସ୍ଥ ରହିବ ।ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ ।କ୍ରମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ବିଶ୍ବାସ ଭାଜନ ହେବେ ।

ମିଥୁନ :ଧିର ସ୍ଥିର ଭାବରେ କାର୍ଯ୍ୟ କରନ୍ତୁ ନଚେତ୍ ବିପଦରେ ପଡିବେ । ଆୟ ଅପେକ୍ଷା ବ୍ଯୟ ଅଧିକ ହେବ ।ମାଲିମକଦମାର ସମ୍ଭାବନା ଅଛି ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁନେଇ ଚିନ୍ତିତ ହେବେ।ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।

କର୍କଟ :ଜଗିରଖି ଚଳନ୍ତୁ ନଚେତ୍ ଅସୁବିଧା ଦେଖା ଦେଇପାରେ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅସଫଳତା ଲାଭ କରିବେ ।ମାନସିକ ଅସ୍ଥିରତା ଦେଖା ଦେବ ।

ସିଂହ :ଆଜି ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ସୌଭାଗ୍ଯ ପ୍ରାପ୍ତି ହେବ । ବ୍ଯବସାୟୀମାନେ ଲାଭବାନ ହେବେ ।ଦୂର ଯାତ୍ରାର ଯୋଗ ରହିଛି ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ ।ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।

କନ୍ୟା : କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ ।ଛୋଟ ଛୋଟ କଥାକୁ ନେଇ ବାଦବିବାଦ ଦେଖା ଦେଇପାରେ ।ଶତୃମାନେ ଚକ୍ରାନ୍ତ କରିବେ ।ଧନ ହାନୀ ପ୍ରାଣ ପୀଡା ବୃଥା ଅପବାଦର ଭୟ ରହିଛି ।ଦ୍ରବ୍ୟ ନଷ୍ଟ ବା ଚୋରୀ ହେବାର ସମ୍ଭାବନା ଅଛି ।

ତୁଳା :ଆଜି ଆପଣଙ୍କୁ ସଫଳତା ମିଳିବ ।ଆଶା କରୁଥିବା ଦିଗରୁ ଶୁଭ ଫଳ ପାଇବେ ।ମାଲିମକଦମାରେ ବିଜୟ ଲାଭ କରିବେ ।ଶତୃମାନେ ପରାଜିତ ହେବେ ।ନୂତନ ଗୃହ ବା ଭୂମି ଲାଭର ଯୋଗ ରହିଛି ।

ବିଛା :ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ପାରିବାରିକ ଜୀବନରେ ବାଦ ବିବାଦ ଦେଖା ଦେବ ।ଆଳସ୍ଯ ଓ ଅବହେଳା ରୁ ଦୋଷି ସାବ୍ଯସ୍ତ ହୋଇପାରନ୍ତି ।ମିତ୍ରମାନେ ପରୋକ୍ଷରେ ଶତୃତା ଆଚରଣ କରିବେ ।

ଧନୁ : ଅପେକ୍ଷାରତ ଶୁଭ ଖବରଟି ପାଇ ଖୁସି ହେବେ ।ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ସହାନୁଭୂତି ମିଳିବ ।ଜୀବନସାଥୀର ଉତ୍ସାହ ପ୍ରେରଣା ମନବଳକୁ ଦ୍ବିଗୁଣିତ କରିବ ଓ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।

ମକର :ପରିବାରରେ ସୁସମ୍ପର୍କ ପୂର୍ବପରି ଅତୁଟ ରହିବ ।ପ୍ରେମ ପ୍ରଣୟ ଦିଗରେ ସଫଳତା ଲାଭ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସୁନାମ ଅର୍ଜନ କରିବେ ।ବନ୍ଧୁ ମିଳନର ଯୋଗ ରହିଛି ।ସ୍ଵାଦିଷ୍ଟ ଭୋଜନ ମିଳିବ

କୁମ୍ଭ :ଆର୍ଥିକ ଦୃଷ୍ଟିକୁ ନେଇ ଚିନ୍ତିତ ହେବେ ।ବ୍ଯବସାୟ ବାଣିଜ୍ୟ ଓ ପରିବହନ ଦ୍ରବ୍ୟ ନଷ୍ଟ ବା ଚୋରୀ ହେବାର ସମ୍ଭାବନା ଅଛି ।ଦୂର ଯାତ୍ରା କରନ୍ତୁ ନାହିଁ ଯାନ୍ତ୍ରିକ ତୃଟି ବା ଦୃଘଟଣା ଦେଖା ଦେଇପାରେ ।ଶାରୀରିକ ପୀଡା ଦେଖା ଦେବ ।

ମୀନ: ମରିଚିକା ପଛରେ ଘୋଡାଇ ଶେଷରେ ନିରାଶ ହେବେ ।ସାମାଜିକ କ୍ଷେତ୍ରରେ ଅସମ୍ମାନିତ ହେବେ ।ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେବ ।ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖା ଦେବ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର, ମୋବାଇଲ ନମ୍ବର: ୯୪୩୭୨୨୫୪୩୪

Leave A Reply

Your email address will not be published.