Latest Odisha News

BREAKING NEWS

ଜାଣନ୍ତୁ, କିପରି କଟିବ ଆଜିର ଦିନ

ରାଶି ଫଳ
ତା୨୦-୦୧-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଜାନୁଆରୀ ତା ୨୦ରିଖ ବୁଧବାର ମକର ୭ଦିନ ପୌଷମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର
ଘାତ ବାର- କର୍କଟ ରାଶିର
ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ -ତାଳ ଓ ନଡ଼ିଆ

ମେଷ
ଆଜି ପ୍ରତ୍ୟେକଟି ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ବୃଷ
ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯାହା ପାଇବା କଥା ତାହା ଠିକ୍‌ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ। ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ।

ମିଥୁନ
ଆଜି କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ପାରିବାରିକ ଅଶାନ୍ତି ଭୁଲ୍‌ ବୁଝାମଣା ଦେଖାଦେଇପାରେ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

କର୍କଟ
ଆଜି ହସଖୁସିରେ ଦିନଟିକୁ କାଟିବେ। ମହିଳାମାନଙ୍କ କାର୍ଯ୍ୟ ଘରେ ବାହାରେ ସବୁଠି ପ୍ରସଶନୀୟ ହେବ।ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।

ସିଂହ
ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ ।ଆଶା କରୁଥିବା କାର୍ଯ୍ୟରେ ସଫଳ ହେବେ ।ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।


କନ୍ୟା
ପାରିବାରିକ ଜୀବନରେ ମନୋମାଳିନ ଦେଖାଦେଇପାରେ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହେବ। ବ୍ୟବସାୟ ବାଣିଜ୍ୟରେ ଲାଭ ପରିବର୍ତ୍ତେ କ୍ଷତି ହୋଇପାରେ। ମହିଳାମାନେ ଜଗିରଖି ଚଳନ୍ତୁ କେହି ଜଣେ ଅଜଣା ବ୍ୟକ୍ତି ଅସୁବିଧାରେ ପକାଇପାରେ।

ତୁଳା
ଆଜି ଆକସ୍ମିକ ଭାବରେ ଧନ ଲାଭ ହୋଇପାରେ ‌। ପାରିବାରିକ ଜୀବନ ସୁଖମୟ ହେବ ‌। ସନ୍ତାନଙ୍କ ସ୍ବାସ୍ଥ୍ୟ ଗତ ସମସ୍ୟାଯୋଗୁ ବିଚଳିତ ହେବେ।ଜମିଜମା କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ।

ବିଛା
ଆଜି ଦିନଟି ଭୋଗ,ବିଳାସରେ କଟାଇବେ। ବିଭିନ୍ନ ଦିଗରୁ ଆୟ ବୃଦ୍ଧି ହେବ ‌। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ବନ୍ଧୁ ଦର୍ଶନର ଯୋଗ ରହିଛି।ସେମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ।

ଧନୁ
ଆଜି ଦିନଟି ଭଲରେ ଅତିବାହିତ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହୋଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମକର
ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ। ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

କୁମ୍ଭ
ଆଜି ସ୍ଵାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ।ଜୀବନସାଥିର ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ। ବିଦ୍ୟାର୍ଥିମାନେ ପଢାପଢିରେ ମନୋନିବେଶ କରି କୃତକାର୍ଯ୍ୟ ହେବେ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ।

ମୀନ
ଆଜି ଆପଣପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.