Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୦-୨-୨୦୨୧ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଫେବୃୟାରୀ ତା୨୦ ରିଖ ଶନିବାର
କୁମ୍ଭ ୯ ଦିନ ମାଘ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର
ଆଜିର ଘାତ ବାର- ବୃଷ, ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର- ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ- ନଡ଼ିଆ
ଆଜି- ଭୀଷ୍ମାଷ୍ଟମୀ

ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ ।ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ । ନୂତନ କାର୍ଯ୍ୟ କରିବେ । ନିଜ କଥା ବାର୍ତ୍ତା ଦ୍ୱାରା ନୂତନ ସମ୍ପର୍କ ଗଢିବାରେ ସହାୟ ହେବ  ।କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ । ବାଣିଜ୍ୟ ବ୍ୟାପାରରେ ଲାଭବାନ ହେବେ । ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।

ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ । ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ । ବାଣିଜ୍ୟ ବ୍ୟବସାୟରେ ଆୟ ବୃଦ୍ଧି ଘଟିବ ।ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।

କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ । ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ ।ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ । ବାଣିଜ୍ୟ ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।

ସିଂହ
ଆଜି ବ୍ୟୟବୃଦ୍ଧି ହେବ । ଚକ୍ଷୁ ପୀଡା ଦେଖାଦେବ  ନିଜ ସମ୍ପର୍କୀୟମାନେ କଟୁବାକ୍ୟ କହି ଶତ୍ରୁତା କରିବସିବେ । କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ । ବ୍ୟାପାରରେ କ୍ଷତି ସହିପାରନ୍ତି । ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ ।

କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିବ । ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ । ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ ।ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନହୋଇପାରେ ।

ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | କୋଟ କଚେରୀ କିମ୍ବା ଅନ୍ୟାନ୍ୟ ସମସ୍ୟା ସହିତ ଜଡିତ ହୋଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସ୍ଥାନାନ୍ତର ଯୋଗ ରହିଛି । ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ ।ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ ।

ବିଛା
ଆଜି ଉପହାର ମିଳିପାରେ । କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ । ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ ।

ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି । ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ ।କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି ।କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ ।ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି । ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ ।

ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ । ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।ଅଯଥା ଖର୍ଚ୍ଚ ବଢ଼ିଯିବ । କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ । ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।

କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡି ଯାଇପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ । ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ । କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁ କ୍ଳାନ୍ତ ଅନୁଭବ କରିବେ। ବ୍ୟବସାୟ ପାଇଁ ଦିନଟି ଅଶୁଭ ରହିପାରେ । ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ ।

ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି । ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ । ନୂତନ ବସ୍ତ୍ର ଆଭୂଷଣ ଲାଭ କରିବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.