Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୦-୩-୨୦୨୧ ରିଖ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା ୨୦ ରିଖ ଶନିବାର ମୀନ ୭ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର
ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର- ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ- ତାଳ

ମେଷ
ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟାର ସରଳ ସମାଧାନ ହୋଇଯିବ ।

ବୃଷ
ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପକୁ ନେଇ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହି ପାରିଲେ ଭଲ ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ରହିବ।

ମିଥୁନ
ଆଜି କର୍ମୋନ୍ନତି ସହ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହେବେ।

କର୍କଟ
ଆଜି ଅର୍ଥଲାଭର ଯୋଗ ରହିଛି। ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ। ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ସିଂହ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

କନ୍ୟା
ଆଜି ପାରିବାରିକ ଜୀବନ ସୁଖପ୍ରଦ ହେବ। କର୍ମକ୍ଷେତ୍ରରେ ସଫଳତା ହାସଲ କରିବା ସହିତ ମାନ ସମ୍ମାନ ଲାଭ କରିବେ। ମହିଳାମାନେ ଆଶା ଆଶଙ୍କା ଦେଇ ଗତି କରିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

ତୁଳା
ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। କର୍ମକ୍ଷେତ୍ରର ଉଚ୍ଚ କତୃପକ୍ଷ ଦ୍ବାରା ସମ୍ମାନିତ ହୋଇପାରନ୍ତି।

ବିଛା
ଆଜି ସମସ୍ତ ଦିଗରେ ସଫଳତା ହାସଲ କରିବେ। ଆତ୍ମିଅଙ୍କ ସହଯୋଗ ପାଇବେ ଯାହା ଫଳରେ ମନ ଆନନ୍ଦିତ ରହିବ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି। ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ପରାଜିତ ହେବେ।

ଧନୁ
ଆଜି ସମସ୍ତ ଦିଗରେ ସଫଳତା ମିଳିବ। ବକେୟା ପ୍ରାପ୍ୟ ହସ୍ତଗତ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଶୁଭ ଫଳ ମିଳିବ।

ମକର
ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସୁଫଳ ପାଇବେ।

କୁମ୍ଭ
ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ପାରିବାରିକ ଜୀବନରେ ଭୁଲ୍‌ ବୁଝାମଣା ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମୀନ
ଆଜି ଧନ ମାନ ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ।କାଲିର ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟମୁ୍‌କ୍ତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା ହେତୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Comments are closed.