Latest Odisha News

BREAKING NEWS

ଜାଣନ୍ତୁ, କିପରି କଟିବ ଆଜିର ଦିନ

ରାଶି ଫଳ
ତା – ୨୧ – ୦୧ -୨୦୧୧ ଗୁରୁବାର

ଆଜିର ମହତ୍ତ୍ଵ
ଆଜି ୨୦୨୧ମସିହା ଜାନୁଆରୀ ତା ୨୧ ରିଖ ଗୁରୁବାର ମକର ୮ଦିନ ପୌଷମାସ ଶୁକ୍ଳ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଅଶ୍ଵିନୀ ନକ୍ଷତ୍ର ମେଷ ଚନ୍ଦ୍ର
ଘାତ ବାର- ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର- ମେଷ ରାଶିର
ଆଜିର ନିଷେଧ ଖାଦ୍ୟ – ନଡ଼ିଆ ଓ ଲାଉ

ମେଷ
ଆଜି ପ୍ରତ୍ୟେକଟି ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ବୃଷ
ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କୋଟ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।

ମିଥୁନ
ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ଦେଖାଦେବ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

କର୍କଟ
ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବାକୁ ବାଧ୍ୟ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ବିଦ୍ୟାର୍ଥିମାନେ ବିଦ୍ଯାକ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।

ସିଂହ
ଆଜି ଶାରୀରିକ ପୀଡ଼ା ମାନସିକ ଅସ୍ଥିରତା ଦେଖାଦେଇପାରେ। ଆବଶ୍ୟକ ସମୟରେ କେହିଜଣେ ସାହାଯ୍ୟର ହାତ ବଢ଼ାଇବ‌।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ମନୋମାଳିନ ଦେଖାଦେଇପାରେ।

କନ୍ୟା
ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।ଆନୁଷ୍ଠାନିକ କାମରେ ଉପକୃତ ହେବେ।

ତୁଳା
ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଚିକିତ୍ସକଙ୍କ ପରାମର୍ଶ ପାଇଁ ବାଧ୍ୟ ହେବେ। କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଯୋଗ୍ୟତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ବିଛା
ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ବୁଝିବେ। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ । ବ୍ୟବସାୟ ବାଣିଜ୍ୟରେ ଲାଭ ପରିବର୍ତ୍ତେ କ୍ଷତି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

ଧନୁ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ମକର
ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।

କୁମ୍ଭ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ । ଆପଣଙ୍କର ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କ୍ରୀଡା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମୀନ
ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମନାନ୍ତର ଓ ମତାନ୍ତରକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ହେବ।

 

Leave A Reply

Your email address will not be published.