Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳତା ୨୧-୪-୨୦୨୧ ବୁଧବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୨୧ ତାରିଖ ବୁଧବାର ମେଷ ୮ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ନବମୀ ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର
ଆଜିର ଘାତ ବାରକର୍କଟ ରାଶିର
ଆଜିର ନିଷେଧ ଖାଦ୍ୟ :  ଲାଉ 
ଆଜି ଶ୍ରୀରାମ ନବମୀ,ରାମ ଚରିତ ମାନସ ଜୟନ୍ତୀ, ବାସନ୍ତୀ ଦୁର୍ଗାଙ୍କ ମହାନବମୀ

ମେଷ
ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ନିରାଶ ହେବେ।ବୃଥା ବିବାଦ, ମାନସିକ ଦୁଶ୍ଚିନ୍ତା ମଧ୍ୟରେ ଗତି କରିବେ।

ବୃଷ
ଆଜି ସନ୍ତାନ ସନ୍ତତି ମାନେ ଆଜ୍ଞାଧୀନ ହେବେ ପୂର୍ବ ସମସ୍ୟାର ସମାଧାନ ହେବ । ପାରିବାରିକ ଜୀବନ ସୁଖପ୍ରଦ ହେବ ।ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ। ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ।

ମିଥୁନ
ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ ।

କର୍କଟ
ଆଜି ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ।

ସିଂହ
ଆଜି ଆପଣଙ୍କ ପରିବାରିକ ସମ୍ପର୍କରେ ମତପାର୍ଥକ୍ୟ ଦେଖାଦେଇପାରେ।କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସୁସମାଚାର ପାଇ ମନ ଆନନ୍ଦିତ ହେବ।

କନ୍ୟା
ଆଜି ନୂତନ କର୍ମାରମ୍ଭ ପାଇଁ ମନୋବଳ ଦୃଢ଼ କରି କାର୍ଯ୍ୟରେ ସଫଳତା ହାସଲ କରିବେ।ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ସମାଧାନ ହୋଇ ଯିବ।

ତୁଳା
ଆଜି ଶାରୀରିକ ପୀଡ଼ାର ଉପସମ ମିଳିବ। ମହିଳାମାନେ କାର୍ଯ୍ୟ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। କୈ।ଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି।

ବିଛା
ଆଜି ସୁସ୍ବାଦୁ ଭୋଜନ ମିଳିବା ସହ ଧନଲାଭର ଯୋଗ ରହିଛି। ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲିତ ରହିବ।

ଧନୁ
ଆଜି କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି । ମାନସିକ ଅଶାନ୍ତି ଦୂର ହୋଇଯିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ। ଶତୃମାନେ ପରାଜିତ ହେବେ। ବକେୟା ପ୍ରାପ୍ୟ ହସ୍ତଗତ ହେବ।

ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ଯଗିରଖି ଚଳନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।ବନ୍ଧୁଙ୍କ ସହିତ ମତାନ୍ତର ହୋଇପାରେ। ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ଦେଖାଦେଇପାରେ।

କୁମ୍ଭ
ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଦିଗରେ ସଫଳତା ମିଳିବ। ଜୀବନ ସାଥି ସହିତ ମନାନ୍ତର ମତାନ୍ତର ଦେଖାଦେଇପାରେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ
ଆଜି ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.