Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ  

 ତା୨୧-୧୧-୨୦୨୦ ଶନିବାର

 

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୧ ରିଖ ଶନିବାର ବିଛା ୬ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର

ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର

ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର  

ଆଜି: ତାଳ ଖାଇବା ନିଷେଧ  

ମେଷ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ ।ଭାତୃ ସମ୍ପର୍କ ନିବିଡ ହେବ ।ଦୂର ସ୍ଥାନକୁ ଯାତ୍ରା କରିବେ ଯାତ୍ରା ସଫଳ ହେବ ।ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ ।ଶତୃମାନେ ପରାଜିତ ହେବେ ।

ବୃଷ: ଦେହ ମନ ସୁସ୍ଥ ରହିବ ।ପୁରାତନ ବନ୍ଧୁ ଗୃହକୁ ଆସିପାରନ୍ତି ।ସାହିତ୍ୟ କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ ।ବକେୟା ଅର୍ଥ ହସ୍ତଗତ ହେ।

ମିଥୁନ: ପ୍ରତେକ କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ମାଲିମକଦମାରେ ଅଧିକ ଖର୍ଚ୍ଚାନ୍ତ ହେବେ । ବ୍ଯବସାୟରେ ସ୍ଥିରତା ରହିବ ନାହିଁ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ସମସ୍ଯା ଭିତରେ ଗତି କରିବେ ଯଗି ରଖି ଚଳନ୍ତୁ ।

କର୍କଟ: ଧନ ମାନ ସମ୍ମାନ ଐଶୁର୍ଯ୍ଯ ପ୍ରାପ୍ତିର ଯୋଗ ରହିଛି ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଅନୁଗ୍ରହ ଲାଭ କରିବେ ।ଚେଷ୍ଟା କରୁଥିବା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ ।ଦୀର୍ଘ ଦିନର ଆଶା ପୂରଣ ହେବ ।

ସିଂହ: ମାନସିକ ଶାନ୍ତି ମିଳିବ ।ବହୁଦିନର ଆଶା ଅଭିଳାଷ ପୁରଣ ହେବ ।ଦୂର ସ୍ଥାନକୁ ଯାତ୍ରା କରିବେ । ଯାତ୍ରାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ସନ୍ତାନ ମାନଙ୍କ କାର୍ଯ୍ୟ କଳାପ ସନ୍ତୋଷଜନକ ହେବ ।

କନ୍ୟା: ମନ ପ୍ରଫୁଲ୍ଲ ରହିବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ବହୁଦିନର ମନାନ୍ତର ମତାନ୍ତର ଦୂର ହୋଇଯିବ ।ମହିଳାମାନେ ଆଧ୍ୟାତ୍ମିକ ଦିଗରେ ମନୋନିବେଶ କରିବେ ।ପରିବାରରେ ସୁଖ ଶାନ୍ତି ବିରାଜମାନ କରିବ ।

ତୁଳା: କୌଣସି ଅନୁଷ୍ଠାନର ମୁଖ୍ୟ ଭାବରେ ଦାୟିତ୍ଵ ଗ୍ରହଣ କରିବେ ।ସାଂସାରିକ ଜୀବନ ସୁଖମୟ ହେବ ।ବହୁଦିନର ବିବାଦର ସମାଧାନ ହେବ ।ବ୍ଯବସାୟରେ ଆଶାନୁରୂପ ଲାଭବାନ ହେବେ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ।

ବିଛା: ବିବାଦୀୟ ଘଟଣାରେ ନିରବତା ଅବଲମ୍ବନ କରନ୍ତୁ ।କର୍ମ କ୍ଷେତ୍ରରେ ବାଦବିବାଦ ଦେଖା ଦେବ ।ଶତୃମାନେ ଚକ୍ରାନ୍ତ କରିବେ ।ଧନ ହାନୀ ପ୍ରାଣ ପୀଡାର ଭଯ ରହିଛି ।ଦୂର ଯାତ୍ରା କରନ୍ତୁ ନାହିଁ ।

ଧନୁ: ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।ପରିବାରରେ ମତପାର୍ଥକ୍ଯ ଦେଖା ଦେବ ।ସଞ୍ଚିତ ଅର୍ଥ ବ୍ୟୟ ହୋଇ ଯିବ ମହିଳାମାନେ ଅପମାନିତ ସମାଲୋଚିତ ହେବେ ।ବ୍ଯବସାୟରେ ସ୍ଥିରତା ରହିବ ନାହିଁ ।

ମକର: ନିଜର ଉପସ୍ଥିତ ବୁଦ୍ଧି ବଳରେ ସମସ୍ତ ସମସ୍ଯାର ସମାଧାନ କରିବେ ।କର୍ମ କ୍ଷେତ୍ରରେ ପ୍ରଶଂସନୀୟ ହେବେ ।ଦୂର ଯାତ୍ରାର ଯୋଗ ରହିଛି ।ଦେହ ମନ ସୁସ୍ଥ ରହିବ ।ଉତ୍ତମ ଭୋଜନ ମିଳିବ ।ବ୍ଯବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

କୁମ୍ଭ: ଶତୃମାନେ ପରାଜୟ ହେବେ । ବ୍ଯବସାୟୀମାନେ ଲାଭବାନ ହେବେ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ମନୋନିବେଶ କରିବେ ।ମାଲିମକଦମାରେ ବିଜୟ ଲାଭ କରିବେ ।ପାରିବାରିକ ଜୀବନ ସୁଖମୟ ହେବ ।

ମୀନ: ଗୁପ୍ତ ଶତୃ ଭୟ ମନରେ ଭୟ ଆଶା ଆଶଙ୍କା ସୃଷ୍ଟି କରିବ।ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ପାଇଁ ଚିନ୍ତିତ ରହିବେ । ହଠାତ୍ ଦେହ ମନ ଅସୁସ୍ଥ ହୋଇ ଯାଇପାରେ।ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ଅମନ ଯୋଗି ହେବେ ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର, ମୋବାଇଲ ନମ୍ବର:୯୪୩୭୨୨୫୪୩୪

Leave A Reply

Your email address will not be published.