Latest Odisha News

ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୨-୧-୨୦୨୧ରିଖ ଶୁକ୍ରବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜାନୁଆରୀ ତା ୨୨ରିଖ ଶୁକ୍ରବାର ମକର ୯ଦିନ ପୌଷ ମାସ ଶୁଳ୍କ ପକ୍ଷ ନବମୀ ତିଥି ଦ୍ଵିଜା ନକ୍ଷତ୍ର ମେଷ ଚନ୍ଦ୍ର
ଘାତ ବାର -: ବିଛା ଧନୁ ମୀନ ରାଶିର
ଘାତ ଚନ୍ଦ୍ର-: ମେଷ ରାଶିର
ଆଜିର ନିଷେଧ ଖାଦ୍ୟ-: ଲାଉ

ମେଷ :
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖୁନ୍ତୁ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ସାମାଜିକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବେ।

ବୃଷ :
ଆଜି ପାରିବାରିକ ଜୀବନରେ ଶାନ୍ତି ମିଳିବ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ମାନ ସମ୍ମାନ ଏବଂ ପ୍ରତିଷ୍ଠାରେ ହାନୀ ହୋଇପାରେ ।ମଧ୍ୟାହ୍ନ ପରେ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।

ମିଥୁନ :
ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିତ୍ରମାନଙ୍କ ସହିତ ଦୂରଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।

କର୍କଟ :
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମହିଳା ମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ଦେଖା ଦେଇପାରେ। କାହା ସହିତ ବାଦ-ବିବାଦ କରନ୍ତୁ ନାହିଁ ।

ସିଂହ :
ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ ‌ବିଭିନ୍ନ ବାଟରେ ଆୟ ବୃଦ୍ଧି ହେବ ।ବିଦ୍ୟାର୍ଥୀ ଗଣ ଆଜି ବିଦ୍ୟା ଓ କ୍ୟାରିୟର ସମ୍ବନ୍ଧିତ ବିଷୟ ଗୁଡ଼ିକରେ ସଫଳତା ହାସଲ କରିବେ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବେ।

କନ୍ୟା :
ଆଜି ଆବଶ୍ୟକ ନିର୍ଣ୍ଣୟ ନେବା କଷ୍ଟକର ହେବ।ମହିଳା ମାନେ ଯଗିରଖି ଚଳନ୍ତୁ ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ହେବାରୁ ମନ ଭାରାକ୍ରାନ୍ତ ହେବ। । ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ପର୍କ ଭଲ ରହିବ। ଆଶା କରୁଥିବା କାର୍ଯ୍ୟ ଆରମ୍ଭ କରିବାକୁ ଅଗ୍ରସର ହେଲେ ସଫଳତା ହାସଲ କରିବେ।

ତୁଳା :
ଆଜିର ଦିନ ଶୁଭ ଫଳଦାୟୀ ହେବ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ । ନୂତନ କାର୍ଯ୍ୟ ପାଇଁ ଉତ୍ସାହିତ ରହିବେ। ପରିଜନମାନଙ୍କ ସହିତ ସମୟ ଆନନ୍ଦ ପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ବିଛା :
ଆଜି ଉପରିସ୍ଥ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟବସାୟ ବାଣିଜ୍ୟରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ପ୍ରତ୍ୟେକ କାର୍ଯ୍ୟ ପାଇଁ ପରିସ୍ଥିତି ଅନୁକୂଳ ରହିବ।

ଧନୁ :

ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟବସାୟ ବାଣିଜ୍ୟରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଭାଇଙ୍କର ଆଶୀର୍ବାଦରେ ଲାଭ ହେବ। କୌଣସି ସାମାଜିକ କାର୍ଯ୍ୟରେ ଯୋଗବାକୁ ପଡ଼ିପାରେ।

ମକର :
ଆଜି କୋର୍ଟ-କଚେରୀର ଭୟ ରହିଛି ଯଗିରଖି ଚଳନ୍ତୁ। ।ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।ଅଳ୍ପ ପରିଶ୍ରମରେ ଅଧିକ ଲାଭ ପାଇବେ । ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।

କୁମ୍ଭ :
ଆଜି ଆକସ୍ମିକ ଖର୍ଚ୍ଚ ହୋଇପାରେ। ମିତ୍ରମାନଙ୍କ ସହିତ ଦୂର ସ୍ଥାନ ବୁଲିବାକୁ ଯାଇପାରନ୍ତି। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଅବନତି ଦେଖାଦେଇପାରେ।

ମୀନ :
ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Comments are closed.