Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୨-୭-୨୦୨୧ ଗୁରୁବାର 

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁଲାଇ ତା ୨୨ରିଖ ଗୁରୁବାର କର୍କଟ ୭ ଦିନ ଆଷାଢ଼ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର
ଘାତ ବାର-: ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର-: ତୁଳା କୁମ୍ଭ ରାଶି ପୁରୁଷ ବୃଷ ମିଥୁନ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-: ବାଇଗଣ
ଆଜି- ଶ୍ରୀ ଶ୍ରୀ ମହାପ୍ରଭୁଙ୍କ ଅଧର ପଣା,ଶିବୋପବାସ ବେଢ଼ା ପରିକ୍ରମା

ମେଷ
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହେବେ। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ଚଳାଚଳରେ ସତର୍କ ରୁହନ୍ତୁ।

ପ୍ରତିକାର-: ଲାଲ୍ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ।

ବୃଷ
ପରିବାରରେ ଭାତୃ ବିବାଦ ଦେଖାଦେଇପାରେ। ଆଜି ବନ୍ଧୁ ମିଳନ ଉତ୍ସବରେ ଯୋଗ ଦେଇପାରନ୍ତି।ଏହା ଆପଣଙ୍କ ପାଇଁ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। କୋଟ କଚେରି ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

ପ୍ରତିକାର-: ଓଁ ଗମ୍ ଗଣପତୟେ ନମଃ ଏହି ମନ୍ତ୍ରରେ ଗଣେଶଙ୍କୁ ଦୁବ ଚଢାନ୍ତୁ।

ମିଥୁନ
ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅପ୍ରିୟ ସତ୍ଯକଥା କହିବା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବ।

ପ୍ରତିକାର-: ସାତଟି ପେଡା ବା ଲଡ଼ୁ ସାତ ଜଣ ପିଲାଙ୍କୁ ବାଣ୍ଟନ୍ତୁ।

କର୍କଟ
ଆଜି ବିଭିନ୍ନ ପ୍ରକାର ଦୁଃଘଟଣା ଦେଖିବାକୁ ମିଳିବ। ଯାହାଫଳରେ ମାନସିକ ଅସ୍ଥିରତା ଭୟ ଆଶା ଆଶଙ୍କା ଦେଖାଦେବ । ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ଆଜି ପରାଜିତ ହେବ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବ ।

ପ୍ରତିକାର-: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ ।

ସିଂହ
ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।

ପ୍ରତିକାର-: ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା
ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ।କୈ।ଣସି ସାଙ୍ଗଠନିକ କାର୍ଯର ନେତୃତ୍ୱ ନେଇ କାର୍ଯ୍ୟରେ ସଫଳତା ହାସଲ କରିବେ।

ପ୍ରତିକାର-: ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ତୁଳା
ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ। ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ସଭାସମିତିରେ ସଫଳତା ହାସଲ କରିବେ। ପିତାମାତାଙ୍କ ସ୍ବାସ୍ଥ୍ୟାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।

ପ୍ରତିକାର-: ଧଳାରଙ୍ଗର ପୋଷାକ ପରିଧାନ କରନ୍ତୁ।

ବିଛା
ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।

ପ୍ରତିକାର-: ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ ‌।

ଧନୁ
ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ।ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।

ପ୍ରତିକାର-: ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।

ମକର
ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ମାନସିକ କଷ୍ଟ ପାଇବେ। ଅପରାହ୍ନରେ ପରିବାରରେ ସୁଖଶାନ୍ତି ଲାଭ ସାଙ୍ଗକୁ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ।

ପ୍ରତିକାର-: ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ।

କୁମ୍ଭ
ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ସମସ୍ତ ଦିଗରେ ସଫଳତା ହାସଲ କରିବେ।କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।

ପ୍ରତିକାର-: ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ମୀନ
ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।

ପ୍ରତିକାର-: ଗ୍ରାମ ଦେବତୀଙ୍କୁ ଦର୍ଶନ କରିବା ସହିତ ସାତଟି ତ୍ରିଶାଖା ବେଲ ପତ୍ର ବନ ଦୁର୍ଗା ମନ୍ତ୍ରରେ ଚଢାନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.