Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା୨୩-୪-୨୦୨୧ ଶୁକ୍ରବାର

BjdElectrycity

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୨୩ ତାରିଖ ଶୁକ୍ରବାର ମେଷ ୧୦ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ପୂର୍ବ ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର
ଆଜିର ଘାତ ବାରବିଛା, ଧନୁ ଓ ମୀନ ରାଶିର
ଆଜିର ଘାତ ଚନ୍ଦ୍ର କର୍କଟ ଓ ମକର ରାଶି ପୁରୁଷଙ୍କର 
ଆଜିର ନିଷେଧ ଖାଦ୍ୟ : ଶିମ୍ବ 
ଆଜି କାମଦା ଏକାଦଶୀ ଉପବାସ

ମେଷ
ଆଜି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ପ୍ରାପ୍ତି ହେବ ।ଶାରୀରିକ ସୁସ୍ଥତା ଅନୁଭବ କରିବେ।

ବୃଷ
ଆଜି ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ମିଳିବ । ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ।

ମିଥୁନ
ଆଜି ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି।

କର୍କଟ
ଆଜି ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ମହିଳାମାନେ ଘରେ ବାହାରେ ସବୁଠି ଜଗିରଖି ଚଳନ୍ତୁ ‌। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ।

ସିଂହ
ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସି ରେ ରହିବେ । କର୍ମଚାରୀ ମାନେସୁଫଳ ପାଇବେ। ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି ‌।

କନ୍ୟା
ଆଜି ଅର୍ଥ ମାନ ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ବାକି ରହିଥିବା ପ୍ରାପ୍ୟ ହସ୍ତଗତ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରକୁ ସଜାଡ଼ିବାରେ ସକ୍ଷମ ହେବେ। ମନ ପ୍ରଫୁଲ୍ଲ ରହିବ।

ତୁଳା
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଅସୁବିଧା ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।

ଧନୁ
ଆଜି ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ।ମନ ଭଲ ନ ଥିବା ହେତୁ କୌଣସି କାମରେ ମନ ଭାରାକ୍ରାନ୍ତ ରହିବ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମକର
ଆଜି ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ସହିତ ମତାନ୍ତର ଦେଖାଦେଇପାରେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ।

କୁମ୍ଭ
ଆଜି ଦୂରସ୍ଥାନକୁ ଯାତ୍ରା କରି ଆନନ୍ଦ ଅନୁଭବ କରିବେ।ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ
ଆଜି ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.