Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୩-୮-୨୦୨୧ ସୋମବାର


ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଅଗଷ୍ଟ ତା ୨୩ ରିଖ ସୋମବାର ସିଂହ ୭ ଦିନ ଭାଦ୍ରବ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-: ମିଥୁନ ରାଶିର
ଘାତ ଚନ୍ଦ୍ର-: ମିଥୁନ ରାଶି ପୁରୁଷ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ-: ପାଣି କଖାରୁ
ଆଜି- ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ଶେଷ

ମେଷ :
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ ।

ପ୍ରତିକାର-: କଉଡିଟିଏ ନିଜ ପାଖରେ ରଖନ୍ତୁ ।

ବୃଷ :
ଆଜି କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହୋଇ ପାରନ୍ତି ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ମିଥୁନ :
ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

ପ୍ରତିକାର-: ଗଣେଶଙ୍କ ପାଖରେ ସାତଟି କନିଅର ଫୁଲ ଚଢାନ୍ତୁ।

କର୍କଟ:
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀମାନେ ଅସ୍ଥିରମନା ହେବେ । ମହିଳାମାନେ ପରିବାରର ସେବାରେ ଦିନଟି ବିତାଇବେ

ପ୍ରତିକାର-: ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ।

ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ଦେଖାଦେଇପାରେ ଏଣୁ ଯଗିରଖି ଚଳନ୍ତୁ। ବାଣିଜ୍ୟ, ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇପାରନ୍ତି ।

ପ୍ରତିକାର-: ସୂର୍ଯ୍ୟ ପୂଜା କରିବା ସହିତ ଗୁଡ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ।

କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ବିଶୃଙ୍ଖଳିତ ଆଚରଣ ପାଇଁ ମନ ଭାରାକ୍ରାନ୍ତ ରହିବ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ କର୍ମସ୍ଥାନରେ ବାଧାବିଘ୍ନ ଦେଖାଦେଇପାରେ। ବାପାମା’ଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ ମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ।

ପ୍ରତିକାର-: ଗାଈକୁ ଦୁବଘାସ ଖାଇବାକୁ ଦିଅନ୍ତୁ।

ତୁଳା :
ଆଜି ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

ପ୍ରତିକାର-: ଧଳାରଙ୍ଗର ପୋଷାକ ପରିଧାନ କରନ୍ତୁ।

ବିଛା :
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।

ପ୍ରତିକାର-: ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ।

ଧନୁ :
ଆଜି ଜଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ବାଣିଜ୍ୟ ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ରହିଛି। ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀମାନେ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।

ପ୍ରତିକାର-: ନାରାୟଣଙ୍କ ପୂଜା ଅର୍ଚ୍ଚନା କରନ୍ତୁ।

ମକର :
ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରରେ ଆଦର ସମ୍ମାନ ପାଇବେ ।

ପ୍ରତିକାର-: ଶନିଙ୍କ କୃପା ଲାଭ ପାଇବା ପାଇଁ ନୀଳ ରଙ୍ଗର ଅପରାଜିତା ଫୁଲ ଚଢାନ୍ତୁ ‌।

କୁମ୍ଭ :
ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ ବ୍ୟୟ ଭାର କମ୍‌ ରହିବ ।ବକେୟା ଅର୍ଥ ଫେରିପାଇବେ ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ପ୍ରତିକାର-: ଦରିଦ୍ର ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମୀନ :
କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

ପ୍ରତିକାର-: ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.