ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୪-୧-୨୦୨୧ ରିଖ ରବିବାର 

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜାନୁଆରୀ ତା ୨୪ରିଖ ରବିବାର ମକର ୧୧ ଦିନ ପୌଷ ମାସ ଶୁଳ୍କ ପକ୍ଷ ଏକାଦଶୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର
ଘାତ ବାର-: ମେଷ ରାଶିର
ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: ଶିମ୍ବ
ଆଜି-ପୁତ୍ରଦା ଏକାଦଶୀ, ରବିନାରାୟଣ ବ୍ରତ

ମେଷ
ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ବିଦ୍ୟୁତ୍‌ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

ବୃଷ
ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କରିବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ମହିଳାମାନେ ଜଗିରଖି ଚଳନ୍ତୁ।

ମିଥୁନ
ପରିସ୍ଥିତି କ୍ରମଶଃ ବଦଳିଯିବା ସାଙ୍ଗକୁ ସଙ୍କଟ ମୁ୍‌କ୍ତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

କର୍କଟ
ଆଜି ପାରିବାରିକ ଜୀବନ ସୁଖପ୍ରଦ ହେବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କର ବିଶ୍ୱାସ ଭାଜନ ହେବେ ସରଳୀକୃତ ହେବ। ତଥାପି କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କା ଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବାର ସୂଚନା ରହିଛ।

ସିଂହ
ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ହୋଇପାରେ।ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥି ମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

କନ୍ୟା
ଆଜି ଆପଣଙ୍କର ଦିନଟି ମଙ୍ଗଳ ପ୍ରଦ ହେବ। ଆତ୍ମିୟଙ୍କ ସାହାଯ୍ୟ ସହଯୋଗ ଲାଭ କରି ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର  ଯୋଗ ରହିଛି।ହସ ଖୁସିରେ ଦିନଟି ଅତିବାହିତ କରିବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

ତୁଳା
ଆଜି ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।

ବିଛା
ଆଜି କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି।

ଧନୁ
ଆଜି କୌଣସି କାମରେ ସାହାଯ୍ୟ କରିବାକୁ ମନ ବଳିବ।କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ମକର
ଆଜି ଅର୍ଥଲାଭର କରାଇବା ସହ ସମସ୍ୟା ସମାଧାନ ପାଇଁ ରାସ୍ତା ପରିଷ୍କାର କରିଦେବେ। ମହିଳାମାନେ ଧୈର୍ଯ୍ୟ ଆତ୍ମବିଶ୍ବାସ ରଖି ପରିଶ୍ରମ କରି ସଫଳତା ହାସଲ କରିବେ। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।

କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ମୀନ
ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ।ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର