ଆଜିର ରାଶିଫଳ
ତା ୨୪-୨-୨୦୨୧ ବୁଧବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ତା ୨୪ ବୁଧବାର କୁମ୍ଭ ୧୩ ଦିନ ମାଘ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ସକାଳ ୭ଟା୧୩ମିନିଟ୍ ପର୍ଯ୍ୟନ୍ତ ତାପରେ କର୍କଟ ଚନ୍ଦ୍ର ଭୋଗ ହେବ।
ଆଜିର ଘାତ ବାର- କର୍କଟ ରାଶିର
ଆଜିର ନିଷେଧ ଖାଦ୍ୟ- ପୋଇ
ମେଷ:
ଆଜି ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଶାରୀରିକ ଏବଂ ମାନସିକ ଅସୁସ୍ଥତା ଦେଖା ଦେଇପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
ବୃଷ :
ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ରହିବ। ଆଜିର ଆୟୋଜିତ ପ୍ରତ୍ୟେକ କାର୍ଯ୍ୟ ଭଲ ଭାବରେ ସମ୍ପନ୍ନ ହେବ। ମହିଳାମାନଙ୍କ ପାଇଁ ଦିନଟି ଶୁଭ ପ୍ରଦ ହେବ।
ମିଥୁନ :
ଆଜି ପୂର୍ବର ସମସ୍ୟା ସମାଧାନ କରିବା ସହିତ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ହେବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିଯୋଗିତାରେ ବିଜୟୀ ହେବେ। ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସହକର୍ମିମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ।
କର୍କଟ :
ଆଜିର ଦିନ ବହୁତ ଶୁଭପ୍ରଦ ହେବ। ଭାତୃ ସମ୍ପର୍କରେ କିଛି ମତ ପାର୍ଥକ୍ୟ ଦେଖା ଦେଇପାରେ। ଜୀବନସାଥୀର ସମ୍ପୂର୍ଣ୍ଣ ସହଯୋଗ ପାଇବେ । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତହେବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।
ସିଂହ :
ଆଜି ଆବଶ୍ୟକ ଅର୍ଥ ଲାଭ କରିବେ।ଯେ କୌଣସି ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ରହିବ। ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ ଛାତ୍ର ଛାତ୍ରୀ ଅଧ୍ୟାପକମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।
କନ୍ୟା :
ଆଜି ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ରହିବ। କଥା ବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ମତାନ୍ତର ଦେଖାଦେଇପାରେ।
ତୁଳା :
ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ ଦିନଟି ଶୁଭ ପ୍ରଦ ହେବ।କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲ ରହିବ।
ବିଛା :
ଆଜି ବ୍ୟାପାର ବାଣିଜ୍ୟରେ ଲାଭ ବାନ ହେବେ। ଆୟ ବୃଦ୍ଧି ଘଟିବ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ । କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନିତ ହୋଇପାରନ୍ତି । ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ଧନୁ :
ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ। ଚାକିରିରେ ପ୍ରମୋଶନ ହୋଇପାରେ। ପୈତୃକ ସଂପତ୍ତି ଲାଭ କରିବେ।ଆପଣଙ୍କ ଆତ୍ମବିଶ୍ଵାସ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଆଣି ଦେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ମକର :
ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନ ସ୍ଥଳକୁ ଯାତ୍ରା କରିବାକୁ ଯାଇ ପାରନ୍ତି। ମନ ପ୍ରସନ୍ନ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ମହିଳାମାନେ ଆମୋଦ-ପ୍ରମୋଦରେ ଦିନଟି କାଟିବେ।
କୁମ୍ଭ :
ଆଜି ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ। ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଆପଣଙ୍କ ପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମୀନ :
ଆଜି ପାରିବାରିକ ଜୀବନରେ ସୁଖ ଶାନ୍ତି ପୂର୍ବ ପରି ଅତୁଟ ରହିବ। ଧନ ମାନ ସମ୍ମାନ ଏବଂ ପ୍ରତିଷ୍ଠାରେ ମିଳିବ। ଅଫିସରେ ଉଚ୍ଚ ଅଧିକାରୀମାନଙ୍କର ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.