Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୪-୪-୨୦୨୧ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୨୪ ତାରିଖ ଶନିବାର ମେଷ ୧୧ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥି ଉତ୍ତର ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଦିନ ୧୨ଟା ପର୍ଯ୍ୟନ୍ତ ତାପରେ କନ୍ୟା ଚନ୍ଦ୍ର ଭୋଗ ହେବ
ଆଜିର ଘାତ ବାରବୃଷ, ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କର 
ଆଜିର ନିଷେଧ ଖାଦ୍ୟ : ପୋଇ 

ମେଷ
ଆଜି ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପେକ୍ଷାରତ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।

ବୃଷ
ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।

ମିଥୁନ
ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ।

କର୍କଟ
ଆଜି ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ଗତି କରିବେ।

ସିଂହ
ଆଜି ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ ଧାର କରଜ କରିବାକୁ ପଡିପାରେ। ବ୍ୟବସାୟରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।

କନ୍ୟା
ଆଜି ଧର୍ମ ପତ୍ନୀଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ରୋଗର ପୀଡା ଅନୁଭବ କରି ପାରନ୍ତି। ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।

ତୁଳା
ଆଜି ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ମାନ ସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।

ବିଛା
ଆଜି ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ।ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।

ଧନୁ
ଆଜି ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଭ୍ରମଣର ଯୋଗ ରହିଛି ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।

ମକର
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାର୍ଯ୍ୟ କରିବା ପାଇଁ ଅଗ୍ରସର ହେବେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ।

କୁମ୍ଭ
ଆଜି ଭାବି ଚିନ୍ତି କାର୍ଯ୍ୟ କରନ୍ତୁ କାହାରି ପ୍ରଲୋଭନରେ ପ୍ରଲୋଭିତ ହୁଅନ୍ତୁ ନାହିଁ। କର୍ମକ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ମୀନ
ଆଜି ଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.