Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୬-୧-୨୦୨୧ ତାରିଖ ମଙ୍ଗଳ ବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜାନୁଆରୀ ତା ୨୬ରିଖ ମଙ୍ଗଳ ବାର ମକର ୧୩ ଦିନ ପୌଷ ମାସ ଶୁଳ୍କ ପକ୍ଷ ତ୍ରୟୋଦଶୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର
ଘାତ ବାର-: ମକର ରାଶିର
ଘାତ ଚନ୍ଦ୍ର-: କନ୍ୟା ରାଶି ପୁରୁଷ ଓ ବିଛା କୁମ୍ଭ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-: ବାଇଗଣ
ଆଜି -ସାଧାରଣ ତନ୍ତ୍ର ଦିବସ

ମେଷ
ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ବୃଷ
ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ସାହାଯ୍ୟ କରିବ ନାହିଁ।

ମିଥୁନ
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ
ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ବନ୍ଧୁ ଦର୍ଶନର ସୁଯୋଗ ଅଛି। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ
ଆଜି ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ ‌।

କନ୍ୟା
ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ। ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।

ତୁଳା
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।

ବିଛା
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ ‌। ଯେକୌଣସିମତେ ଅର୍ଥ ରୋଜଗାରର ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ। କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।
ଧନୁ
ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇ ପାରିବେ ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମ କ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର
ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପସମ ହେବ।ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।

କୁମ୍ଭ
ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ।କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ
ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ‌। ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.