Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ୨୬ ତାରିଖ ଶୁକ୍ରବାର ମୀନ ୧୩ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ଭୁକ୍ତ ତ୍ରୟୋଦଶୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର
ଆଜିର ଘାତ ବାର- ବିଛା ଧନୁ ଓ ମୀନ ରାଶିର
ଆଜିର ଘାତ ଚନ୍ଦ୍ର- କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-ପୋଇ ଓ ବାଇଗଣ

ମେଷ
ଆଜି ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ମାଲି ମୋକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ।

ବୃଷ
ଆଜି ସମସ୍ତ ଦିଗରେ ସଫଳତା ହାସଲ କରିବେ ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।

ମିଥୁନ
ଆଜି କୈ।ଣସି ଏକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କର୍କଟ
ଆଜି ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ସଫଳତା ହାସଲ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

ସିଂହ
ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣ ମାଧ୍ୟମରେ ଓ ସଞ୍ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

କନ୍ୟା
ଆଜି ଆର୍ଥିକ ଲାଭ କରିବେ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ର ଛାତ୍ରୀମାନେ ହସଖୁସିରେ ଦିନଟିକୁ କଟାଇବେ।

ତୁଳା
ଆଜି ଜଗିରଖି ଚଳନ୍ତୁ ଶାରୀରିକ ପୀଡ଼ା ଦେଖାଦେଇପାରେ। ଇଲେକଟ୍ରୋନିକ୍ସ ବ୍ୟବସାୟୀମାନଙ୍କୁ ଆଶାନୁରୂପ ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ପାରିବାରିକ ଜୀବନ ସୁଖମୟ ହେବ।

ବିଛା
ଆଜି ନିଜକୁ ଭାଗ୍ୟବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ପରାମର୍ଶ ଆପଣଙ୍କ ଲାଗି ସୁଖଶାନ୍ତି ଆଣି ଦେବ । ବ୍ୟବସାୟରେ ନୂଆ ଚୁକ୍ତିପତ୍ର ସ୍ବାକ୍ଷରିତ କରିପାରନ୍ତି। ଦାମ୍ପତ୍ୟ ଜୀବନରେ ପୂର୍ବପରି ସୁଖ ଶାନ୍ତି ବଜାୟ ରହିବ।

ଧନୁ
ଆଜି କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ପାଇବ। ଆର୍ଥିକ ମାନ୍ଦାବସ୍ଥା ଦୂର ହେବ। କଳାକାରଙ୍କୁ କାର୍ଯ୍ୟ କରିବା ପାଇଁ ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ କରିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।*

ମକର
ଆଜି ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର ସମସ୍ତ କାମ ନିବିଘ୍ନରେ ପରିସମାପ୍ତି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

କୁମ୍ଭ
ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ, ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହିତ ଆଲୋଚନା କରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ମୀନ
ଆଜି ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.