Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୨୭-୨-୨୦୨୧ ଶନିବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ତା ୨୭ରିଖ ଶନିବାର କୁମ୍ଭ ୧୬ ଦିନ ମାଘ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର
ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର- କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ- ଆମିଷ
ଆଜି-ମାଘ ପୂର୍ଣ୍ଣିମା, ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ମେଷ:
ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁ କାମ କରିବେ, ସେଥିରେ ସଫଳତା ହାସଲ କରିବେ । ମହିଳାମାନେ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନିତ ହେବେ।

ବୃଷ:
ଆଜି ଦିନଟି ଆପଣଙ୍କ ଲାଗି ସମମିଶ୍ରିତ ଫଳ ମିଳିବ । ବ୍ୟବସାୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମିଥୁନ:
ଆଜି ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ଶୁଭାଶିଷ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ।

କର୍କଟ:
ଆଜି ସମସ୍ତ ଦିଗରେ ସଫଳତା ହାସଲ କରିବେ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀମାନେ ପରାଜିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସିଂହ:
ଆଜି ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

କନ୍ୟା:
ଆଜି ଆପଣଙ୍କ ମନ ପ୍ରସନ୍ନ ରହିବା ସହ ଭାବନା ଉଚ୍ଚକୋଟୀର ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କମ୍ପାନୀରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।

ତୁଳା:
ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା:
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ୱପୂର୍ଣ୍ଣ  ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ:
ଆଜି ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବେ ଯାହାଫଳରେ ମନ ଭାରାକ୍ରାନ୍ତ ରହିବ।କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର:
ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବଂ ସେଥିରେ ଶୁଭ ଫଳ ପାଇବେ। ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ‌। ବ୍ୟବସାୟ ବାଣିଜ୍ୟରେ ସଫଳତା ମିଳିବ।

କୁମ୍ଭ:
ଆଜି ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରେ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

ମୀନ:
ଆଜି ଦେବ ଦର୍ଶନ କରି ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶଂସା ହେବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.