Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା୨୭-୪-୨୦୨୧ ମଙ୍ଗଳବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୨୭ ତାରିଖ ମଙ୍ଗଳବାର ମେଷ ୧୪ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ଭୁକ୍ତ ପ୍ରତିପଦା ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର 
ଆଜିର ଘାତ ବାରମକର ରାଶିର
ଆଜିର ନିଷେଧ ଖାଦ୍ୟ :  ମତ୍ସ୍ୟ, ମାଂସ ( ଆମିଷ) 

ମେଷ
ଆଜି ପରିବାରରେ ସନ୍ଦେହ ଓ  ଭୁଲ ବୁଝାମଣା ସୃଷ୍ଟି ହୋଇପାରେ । ସମସ୍ତ ଦିଗରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ସାହିତ୍ୟ ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହେବ।

ବୃଷ
ଆଜି ଧନ ହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କାର୍ଯ୍ୟ କରନ୍ତୁ। ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ। ମହିଳାମାନେ ଆଶା କରୁଥିବା ଦିଗରୁ ନିରାଶ ହେବେ।

ମିଥୁନ
ଆଜି ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କର୍କଟ
ଆଜି ଅପ୍ରିୟ ସତ୍ୟ କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ହୋଇ ଭୁଲ  ମାର୍ଗର ଅନୁସରଣ କରିପାରନ୍ତି। ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନରେ ଯୋଗ ଦାନ କରି ପ୍ରଶଂସିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିବେ।

ସିଂହ
ଆଜି ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅଜଣା ଅଶୁଣା ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।

କନ୍ୟା
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ପାଇବେ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

ତୁଳା
ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ଅପରାହ୍ନରେ କୋୖଣସି ଶୁଭ ଖବର ଶୁଣିପାରନ୍ତି ‌। ଅର୍ଥ ପ୍ରାପ୍ତି ସହ ଧାର, କରଜ ପରିଶୋଧ କରିବେ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ହାସଲ କରିବେ।ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

ବିଛା
ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି କରିବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଲାଭ କରିବେ।

ଧନୁ
ଆଜି କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି।ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି ସେଥିରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।

ମକର
ଆଜି କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଶୁଭ ଫଳ ପାଇବେ।

କୁମ୍ଭ
ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯୋଗଦାନ କରି ପ୍ରଶଂସନୀୟ ହେବେ । ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ‌। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।

ମୀନ
ଆଜି ପ୍ରତ୍ୟେକ କର୍ମରେ ଶୁଭଫଳ ପାଇବେ। ପାରିବାରିକ ସମ୍ପର୍କ ସୁଦୃଢ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ମିଳିବ ‌। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.