Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ୨୭ ତାରିଖ ଶନିବାର ମୀନ ୧୪ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ପୂର୍ବ ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର
ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର- କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-ବିରି ଦ୍ରବ୍ୟ 
ଆଜି- ଶିବୋପବାସ ,ବେଢ଼ା ପରିକ୍ରମା,ଓଳକଣା ବିଦୁର ଗାଦି ମେଳଣ

ମେଷ
ଆଜି ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷର ହଠାତ୍‌ ଖୋଜ ଖବର ପାଇପାରନ୍ତି।

ବୃଷ
ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେବେ କାର୍ଯ୍ୟ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।

ମିଥୁନ
ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଆଘାତ ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ଜନିତ ସମସ୍ୟା ଦୂର ହୋଇଯିବ ।

କର୍କଟ
ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।

ସିଂହ
ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଭୁଲ ବୁଝାମଣା ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ସତର୍କ ରୁହନ୍ତୁ ନଚେତ୍ ଠକାମିରେ ପଡିପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

କନ୍ୟା
ଆଜି ଆର୍ଥିକ ଅନଟନ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ।ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ମିଳିବ ।

ତୁଳା
ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ମନ ଭାରାକ୍ରାନ୍ତ ରହିବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ,ପରିବହନ
ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ବିଛା
ଆଜି କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇ ପାରେ। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବା ସହ ବିଫଳ ହୋଇପାରନ୍ତି ।

ଧନୁ
ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ମକର
ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ବ୍ୟୟ ଅଧିକ ହେବ।

କୁମ୍ଭ
ଆଜି ପାରସ୍ପରିକ ମତଭେଦ କାରଣରୁ କର୍ମକ୍ଷେତ୍ରର କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ।ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ।ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

ମୀନ
ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.