ଆଜିର ରାଶିଫଳ
ତା ୨୮-୨-୨୦୨୧ ରବିବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଫେବୃୟାରୀ ତା ୨୮ ରିଖ ରବିବାର କୁମ୍ଭ ୧୭ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ପୂର୍ବ ଫାଲଗୁନୀ ନକ୍ଷତ୍ର ସକାଳ ୯ଟା ୩୮ମିନିଟ୍ ପର୍ଯ୍ୟନ୍ତ ଭୋଗ ହେବ ତାପରେ ଉତ୍ତରା ଫାଲଗୁନୀ ସିଂହ ଚନ୍ଦ୍ର ଭୋଗ ହେବ
ଆଜିର ଘାତ ବାର- ମେଷ ରାଶିର
ଆଜିର ଘାତ ଚନ୍ଦ୍ର- କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ- ପାଣି କଖାରୁ
ମେଷ
ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣ ହେବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରିବ।
ବୃଷ
ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, କ୍ଷେତ୍ରରେ ଶୁଭ ଫଳ ମିଳିବ।
ମିଥୁନ
ଆଜି ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ ବିବ୍ରତ କରିପାରେ।କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
କର୍କଟ
ଆଜି ଆପଣଙ୍କ ଦୂର ଯାତ୍ରା ଓ ଭ୍ରମଣ ସୁଖ ପ୍ରଦ ହେବ । ସାମାଜିକ ସ୍ତରରେ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। ପିତା ମାତାଙ୍କ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ ।
ସିଂହ
ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ହୋଇପାରେ।
କନ୍ୟା
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବାରୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ ।
ତୁଳା
ଆଜି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
ବିଛା
ଆଜି ଆପଣଙ୍କ ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ଧନୁ
ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ମକର
ଆଜି ପାରିବାରିକ ସମ୍ପର୍କରେ ମତପାର୍ଥକ୍ୟ ଦେଖାଦେଇପାରେ। ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କୁମ୍ଭ
ଆଜି ସାହିତ୍ୟ ସଙ୍ଗୀତ ଓ ଆଲୋଚନା କ୍ଷେତ୍ରରେ ସମ୍ମାନିତ ହେବେ। କୋୖଣସି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।ଆଧ୍ୟାତ୍ମିକତା କ୍ଷେତ୍ରରେ ଯୋଗଦାନ କରି ବିଭୁ କୃପା ଲାଭ କରିବେ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।
ମୀନ
ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ କ୍ଳାନ୍ତ ଅନୁଭବ କରିପାରନ୍ତି । ବନ୍ଧୁଙ୍କ ସହ ଆଲୋଚନା କରି ଶେଷ ସିଦ୍ଧାନ୍ତରେ ପହଞ୍ଚିବେ । ବ୍ୟବସାୟିକ କ୍ଷେତ୍ରରେ ସଫଳତା ମିଳିବ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର