ଆଜିର ରାଶିଫଳ
ତା୨୯-୧-୨୦୨୧ରିଖ ଶୁକ୍ରବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜାନୁଆରୀ ତା ୨୯ ରିଖ ଶୁକ୍ରବାର ମକର ୧୬ଦିନ ମାଘ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର
ଆଜିର ଘାତ ବାର-: ବିଛା ଧନୁ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ-ପାଣି କଖାରୁ
ମେଷ:
ଆଜିର ଦିନ ଶୁଭଫଳ ପ୍ରଦାନ କରିବ।ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଆତ୍ମବିଶ୍ବାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ।
ବୃଷ :
ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ। କୋଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।
ମିଥୁନ :
ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥି ମାନେ ପଢାପଢିରେ କୃତକାର୍ଯ୍ୟ ହେବେ।
କର୍କଟ :
ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ :
ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ। କ୍ରୀଡା କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ମହିଳା ମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।
କନ୍ୟା :
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟ ଗତସମସ୍ଯାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। ପିତା ମାତାଙ୍କ ଆଶ୍ରିର୍ବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇବ ।
ତୁଳା :
ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ । ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ। ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଆକସ୍ମିକ ଖର୍ଚ୍ଚ ହୋଇପାରେ। ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସନୀୟା ହେବେ।
ବିଛା :
ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।
ଧନୁ :
ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ । ବକେୟା ପ୍ରାପ୍ୟ ମିଳିବ। ବିଦ୍ୟାର୍ଥୀ ଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟ ଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ମିଳିବ।
ମକର :
ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି।ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ।
କୁମ୍ଭ:
ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବେ। ମିତ୍ରମାନଙ୍କ ସହିତ ସାକ୍ଷାତ ହେବ ଯାହା ଦ୍ୱାରା ମନ ଆନନ୍ଦ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।
ମୀନ:
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.