Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ୩୦ ତାରିଖ ମଙ୍ଗଳବାର ମୀନ ୧୭ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଦ୍ଵିତୀୟା ତିଥି ଚିତ୍ରା ନକ୍ଷତ୍ର ତୁଳା ଚନ୍ଦ୍ର
ଆଜିର ଘାତ ବାର- ମକର ରାଶିର
ଆଜିର ନିଷେଧ ଖାଦ୍ୟ-ବୋଇତି କଖାରୁ

ମେଷ
ଆଜି ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ। ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟ ଗୁଡ଼ିକରେ ସଫଳତା ପ୍ରାପ୍ତ ‌ହେବେ। ଘରର ବାତାବରଣରେ ସୁଖ ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।

ବୃଷ
ଆଜି ପାରିବାରିକ ଜୀବନ ସୁଖମୟ ହେବ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ମାନ ପ୍ରତିଷ୍ଠା ମିଳିବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ। କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ ମାନେ ବିଜୟୀ ହେବେ। । ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ରହିବ।

ମିଥୁନ
ଆଜି ଆବଶ୍ୟକ ନିର୍ଣ୍ଣୟ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରିବେ।ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।

କର୍କଟ
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖନ୍ତୁ। ଆଜି ଆପଣ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବେ।

ସିଂହ
ଆଜି ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।

କନ୍ୟା
ଆଜି ଅଧିକ ଲାଭ ପାଇବା ଆଶାରେ କାର୍ଯ୍ୟ କରି ଅସୁବିଧାରେ ପଡିଯାଇପାରନ୍ତି ଏଣୁ ଯଗିରଖି ଭାବି ଚିନ୍ତି କାର୍ଯ୍ୟ କରନ୍ତୁ । ପରିବାରରେ ସୁଖ-ଶାନ୍ତି ବଜାୟ ରହିବ। ଅପରାହ୍ନରେ ଆକସ୍ମିକ ଧନଲାଭ ହେବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ।

ତୁଳା
ଆଜି ସନ୍ତାନ ସନ୍ତତିମାନଙ୍କ ଉନ୍ନତି ଦେଖି ଆନନ୍ଦିତ ହେବେ। ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କ ସହ ସାକ୍ଷାତ ହେବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ଆର୍ଥିକ ରୂପରେ ଲାଭ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ବିଛା
ଆଜିର ଦିନ ଲାଭଦାୟୀ ହେବ ‌। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟବସାୟ କ୍ଷେତ୍ରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ମାତାଙ୍କ ଆଶୀର୍ବାଦ ଲାଭ କରିବେ। କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମର ଉପସ୍ଥିତ ରହବାକୁ ପଡ଼ିପାରେ।

ଧନୁ
ଆଜି କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ଯା ଦେଖାଦେଇପାରେ।ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ।

ମକର
ଆଜି କଥା ବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ନିଜର ଲୋକ ବିରୁଦ୍ଧାଚରଣ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜୀବନ ସାଥୀ ସହ ଦେବ ଦର୍ଶନ କରିବା ପାଇଁ ସୁଯୋଗ ରହିଛି। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ସନ୍ତାନ ସନ୍ତତିମାନେ ଉନ୍ନତି କରିବେ।

କୁମ୍ଭ
ଆଜି ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ମନୋରଞ୍ଜନରେ ଦିନ ବିତିବ।କୈ।ଣସି ଶୁଭ ଖବର ଶୁଣିପାରନ୍ତି , ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ।ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।

ମୀନ
ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ହାସଲ କରିବେ। ଦୂରଯାତ୍ରାର ଯୋଗ ଅଛି।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.