Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ 

ତା ୩୦-୧୦-୨୦୨୦ ଶୁକ୍ରବାର

ଆଜି ଦିନର ମହତ୍ତ୍ୱ. 

ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୩୦-୧୦-୨୦୨୦ ଶୁକ୍ରବାର ତୁଳା ୧୪ ମାସ ଆଶ୍ଵିନ ମାସ ଶୁକ୍ଳପକ୍ଷ ଚତୃଦଶୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର

ଘାତ ବାର-: ବିଛା ଧନୁ ଓ ମୀନ ରାଶିର   

ଘାତ ଚନ୍ଦ୍ର-: ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର  

ଆଜି: ବିରି ଦ୍ରବ୍ୟ ଖାଇବା ନିଷେଧ   

ଆଜି : ଗଜଲକ୍ଷ୍ମୀ ପୂଜା

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି ।ମହିଳା ମାନଙ୍କର କାର୍ଯ୍ଯ ପ୍ରଶଂସନୀୟ ହେବ। , ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ବୃଷ : ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ମିଥୁନ: ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ  :ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ,

Leave A Reply

Your email address will not be published.