Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ
ତା୮-୩-୨୦୨୧ ସୋମବାର

ଆଜି ଦିନର ମହତ୍ତ୍ଵ
ଆଜି ୨୨୧ ମସିହା ମାର୍ଚ୍ଚ ତା ୮ରିଖ ସୋମବାର କୁମ୍ଭ ୨୫ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି ପୂର୍ବା ଷାଢା ନକ୍ଷତ୍ର ଧନୁ ଚନ୍ଦ୍ର
ଆଜିର ଘାତ ବାର- ମିଥୁନ ରାଶିର
ଆଜିର ଘାତ ଚନ୍ଦ୍ର- ତୁଳା କୁମ୍ଭ ରାଶି ପୁରୁଷ ଓ ବୃଷ ମିଥୁନ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ- କଳମ୍ଵି ଶାଗ

ମେଷ:-
ଆଜି ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ଧର୍ମ ପତ୍ନୀଙ୍କ ଅବଦାନ ସ୍ମରଣୀୟ ରହିବ। ଗତକାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେ।

ବୃଷ:-
ଆଜି ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସହ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜି ଦୂର ଯାତ୍ରା କରିବାକୁ ପଡିପାରେ ଯାତ୍ରାରେ ସଫଳତା ମିଳିବ।

ମିଥୁନ:-
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।

କର୍କଟ:-
ଆଜି ଭାବପ୍ରବଣତାବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ଅପ୍ରିୟ କଥାବାର୍ତ୍ତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଆଶା ଓ ଆଶଙ୍କାରେ ଗତି କରିବ । ଶିଳ୍ପ, ରପ୍ତାନି ବାଣିଜ୍ୟ ଓ କଳା ସାହିତ୍ୟରେ କ୍ଷେତ୍ରରେ ସଫଳତା ହାସଲ କରିବେ।

ସିଂହ:-
ଆଜି ମାନସିକ ଅଶାନ୍ତି ନେଇ ଚିନ୍ତିତ ରହିବେ। ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି।

କନ୍ୟା:-
ଆଜି ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆପଣଙ୍କୁ ସୁସ୍ବାଦୁ ଭୋଜନ ମିଳିବ।

ତୁଳା:-
ଆଜି ବନ୍ଧୁଙ୍କ ପରାମର୍ଶ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ। ଶାରୀରିକ ମାନସିକ ଶାନ୍ତି ମିଳିବ। ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ ‌।ମହିଳାମାନେ
ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ ‌।

ବିଛା:-
ଆଜି ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ଧନୁ:-
ଆଜି ପୂର୍ବରୁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ ଧାର କରଜ କରିବାକୁ ବାଧ୍ୟ ହେବେ।

ମକର:-
ଆଜି ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।

କୁମ୍ଭ:-
ଆଜି ଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲାଭ କରିବେ। କୈାଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ମୀନ:-
ପାରିବାରିକ ଜୀବନ ସୁଖମୟ ହେବ । ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ କୋୖଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି । ସାହିତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.