ରାଶିଫଳ
ତା ୧୯-୯-୨୦୨୦ ଶନିବାର
ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର
ଆଜି ଦିନର ମହତ୍ତ୍ୱ.
ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ତା ୧୯ ରିଖ ଶନିବାର କନ୍ୟା ୪ ଦିନ ଆଶ୍ବିନ ମଳ ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ଭୁକ୍ତ ତୃତୀୟା ତିଥି ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର
ମେଷ-ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ ।ଭାତୃ ସମ୍ପର୍କ ନିବିଡ ହେବ । ଦୂର ସ୍ଥାନକୁ ଯାତ୍ରା କରିବେ ଯାତ୍ରା ସଫଳ ହେବ ।ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ । ଶତୃମାନେ ପରାଜିତ ହେବେ।
ବୃଷ- ଦେହ ମନ ସୁସ୍ଥ ରହିବ । ପୁରାତନ ବନ୍ଧୁ ଗୃହକୁ ଆସିପାରନ୍ତି । ସାହିତ୍ୟ କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ । ବକେୟା ଅର୍ଥ ହସ୍ତଗତ ହେବ ।
ମିଥୁନ- ପ୍ରତେକ କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ
ମାଲିମକଦମାରେ ଅଧିକ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟରେ ସ୍ଥିରତା ରହିବ ନାହିଁ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ସମସ୍ୟା ଭିତରେ ଗତି କରିବେ ଯଗି ରଖି ଚଳନ୍ତୁ ।
କର୍କଟ- ଧନ ମାନ ସମ୍ମାନ ଐଶୁର୍ଯ୍ୟ ପ୍ରାପ୍ତିର ଯୋଗ ରହିଛି ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଅନୁଗ୍ରହ ଲାଭ କରିବେ ।ଚେଷ୍ଟା କରୁଥିବା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ ।ଦୀର୍ଘ ଦିନର ଆଶା ପୂରଣ ହେବ ।
ସିଂହ- ମାନସିକ ଶାନ୍ତି ମିଳିବ ।ବହୁଦିନର ଆଶା ଅଭିଳାଷ ପୁରଣ ହେବ ।ଦୂର ସ୍ଥାନକୁ ଯାତ୍ରା କରିବେ । ଯାତ୍ରାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ସନ୍ତାନ ମାନଙ୍କ କାର୍ଯ୍ୟ କଳାପ ସନ୍ତୋଷଜନକ ହେବ ।
କନ୍ୟା- ମନ ପ୍ରଫୁଲ୍ଲ ରହିବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ । ବହୁଦିନର ମନାନ୍ତର ମତାନ୍ତର ଦୂର ହୋଇଯିବ । ମହିଳାମାନେ ଆଧ୍ୟାତ୍ମିକ ଦିଗରେ ମନୋନିବେଶ କରିବେ । ପରିବାରରେ ସୁଖ ଶାନ୍ତି ବିରାଜମାନ କରିବ ।
ତୁଳା- କୌଣସି ଅନୁଷ୍ଠାନର ମୁଖ୍ୟ ଭାବରେ ଦାୟିତ୍ଵ ଗ୍ରହଣ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ବହୁଦିନର ବିବାଦର ସମାଧାନ ହେବ । ବ୍ୟବସାୟରେ ଆଶାନୁରୂପ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ ।
ବିଛା- ବିବାଦୀୟ ଘଟଣାରେ ନିରବତା ଅବଲମ୍ବନ କରନ୍ତୁ । କର୍ମ କ୍ଷେତ୍ରରେ ବାଦବିବାଦ ଦେଖା ଦେବ । ଶତୃମାନେ ଚକ୍ରାନ୍ତ କରିବେ ।ଧନ ହାନୀ ପ୍ରାଣ ପୀଡାର ଭଯ ରହିଛି । ଦୂର ଯାତ୍ରା କରନ୍ତୁ ନାହିଁ ।
ଧନୁ- ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।ପରିବାରରେ ମତପାର୍ଥକ୍ୟ ଦେଖା ଦେବ ।ସଞ୍ଚିତ ଅର୍ଥ ବ୍ୟୟ ହୋଇ ଯିବ । ମହିଳାମାନେ ଅପମାନିତ ସମାଲୋଚିତ ହେବେ ।ବ୍ୟବସାୟରେ ସ୍ଥିରତା ରହିବ ନାହିଁ ।
ମକର- ନିଜର ଉପସ୍ଥିତ ବୁଦ୍ଧି ବଳରେ ସମସ୍ତ ସମସ୍ୟାର ସମାଧାନ କରିବେ ।କର୍ମ କ୍ଷେତ୍ରରେ ପ୍ରଶଂସନୀୟ ହେବେ ।ଦୂର ଯାତ୍ରାର ଯୋଗ ରହିଛି ।ଦେହ ମନ ସୁସ୍ଥ ରହିବ ।ଉତ୍ତମ ଭୋଜନ ମିଳିବ ।ବ୍ୟବସାୟ ବାଣିଜ୍ୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।
କୁମ୍ଭ- ଶତୃମାନେ ପରାଜୟ ହେବେ । ବ୍ୟବସାୟୀମାନେ ଲାଭବାନ ହେବେ ।ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନୋନିବେଶ କରିବେ ।ମାଲିମକଦମାରେ ବିଜୟ ଲାଭ କରିବେ ।ପାରିବାରିକ ଜୀବନ ସୁଖମୟ ହେବ ।
ମୀନ- ଗୁପ୍ତ ଶତୃ ଭୟ ମନରେ ଭୟ ଆଶା ଆଶଙ୍କା ସୃଷ୍ଟି କରିବ।ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ପାଇଁ ଚିନ୍ତିତ ରହିବେ । ହଠାତ୍ ଦେହ ମନ ଅସୁସ୍ଥ ହୋଇ ଯାଇପାରେ। ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ଅମନ ଯୋଗି ହେବେ ।
Comments are closed.