Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ

ତା ୨୨-୧-୨୦୨୦ ବୁଧବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

[ମୋବାଇଲ ନମ୍ବର: ୯୪୩୭୨୨୫୪୩୪]

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୨୦ ମସିହା ଜାନୁଆରୀ ତା ୨୨ ରିଖ ବୁଧବାର ମକର ୮ଦିନ ମାଘ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର

ଘାତ ବାର: କର୍କଟ ରାଶିର
ଘାତ ଚନ୍ଦ୍ର-: ତୁଳା ଓ କୁମ୍ଭ ରାଶି ପୁରୁଷ ଓ ବୃଷ ମିଥୁନ ରାଶିର ମହିଳାଙ୍କର
ଆଜି: ବାଇଗଣ ଖାଇବା ନିଷେଧ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ସକାଳୁ ସକାଳୁ ଭ୍ରମଣର ଯୋଗ ରହିଛି । , ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।

ବୃଷ: ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ମିଥୁନ: ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିବେ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ
ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ସିଂହ: ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ: ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ ।
ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।

 

Leave A Reply

Your email address will not be published.