Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୨୧-୦୮-୨୦୧୯ ବୁଧବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ୨୧ ରିଖ ବୁଧବାର ସିଂହ ୦୫ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ଅଶ୍ବିନୀ ନକ୍ଷତ୍ର ମେଷ ଚନ୍ଦ୍ର
ଘାତ ବାର-: କର୍କଟ ରାଶିର
ଘାତ ଚନ୍ଦ୍ର-: ମେଷ ରାଶିର
ଆଜି: ପିତା ଦ୍ରବ୍ୟ ଖାଇବା ନିଷେଧ

ମେଷ : ମାନସିକ ଅଶାନ୍ତି ଓ ପାରିବାରିକ କଳହ ଦେଖା ଦେବ ।ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଖୁସି ରହିବ ।ମହିଳାମାନେ ଯଗି ରଖି ଚଳନ୍ତୁ ଶାରୀରିକ ପୀଡା ଅନୁଭବ କରିବେ ।ବିବାଦୀୟ ଘଟଣାରେ ନିରବତା ଅବଲମ୍ବନ କରନ୍ତୁ ।

ବୃଷ : ଗୁପ୍ତ ଶତୃ ଭୟ ମନକୁ ବ୍ୟତିବସ୍ତ କରାଇବ ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହାନୁଭୂତି ପାଇବେ ନାହିଁ ।ଅପ୍ରିୟ କଥାବାର୍ତ୍ତା କରନ୍ତୁ ନାହିଁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ ନାହିଁ ।

ମିଥୁନ : ପ୍ରତେକଟି ଦିଗରୁ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ସନ୍ତାନ ସନ୍ତତି ମାନଙ୍କ କାର‌୍ୟ୍ୟ ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ ।ବ୍ୟବସାୟୀମାନେ ବ୍ୟବସାୟରେ ଲାଭବାନ ହେବେ ।ମହିଳାମାନେ ଶାନ୍ତି ଅନୁଭବ କରିବେ ।

କର୍କଟ : ମାଲିମକଦମାରେ ବିଜୟୀ ହେବେ ।ପୂର୍ବର ଶତୃମାନେ ପରାଜିତ ହେବେ ।ସ୍ଵାଦିଷ୍ଟ ଭୋଜନ ମିଳିବ ।ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ।ରାଜନୀତିଜ୍ଞମାନେ ପ୍ରଶଂସନୀୟ ହେବେ ।

ସିଂହ : ପ୍ରତେକଟି କାର‌୍ୟ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ।ଅଜଣା ଅଶୁଣା ବ୍ୟକ୍ତିଠାରୁ ଦୂରେଇ ରହନ୍ତୁ ।ଗୃହ ବିବାଦ ଭାତୃ ସମ୍ପର୍କକୁ ନେଇ ଚିନ୍ତିତ ହେବେ ।ପରିବାରରୁ ପୂର୍ଣ୍ଣ ସମର୍ଥନ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।

କନ୍ୟା : ଶରୀର ଅସୁସ୍ଥ ଓ ମନ ଅସ୍ଥିର ରହିବ ।ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଓ ବାଦବିବାଦ ଦେଖା ଦେବ ।ଯାତ୍ରାରେ ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ବିଦ୍ୟାର୍ଥୀମାନେ ବିଦ୍ୟାରେ ଅମନ ଯୋଗି ହେବେ ।

ତୁଳା : ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ ।ପାରିବାରିକ ଜୀବନ ସୁଖମୟ ହେବ ।ସ୍ଵାଦିଷ୍ଟ ଭୋଜନ ମିଳିବ ଓ ସଞ୍ଚିତ ଅର୍ଥ ବୃଦ୍ଧି ପାଇବ ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆଶାନୁରୂପ ଲାଭବାନ ହେବେ ।ମହିଳାମାନେ ଯଶସ୍ବୀ ହେବେ ।

ବିଛା : ନିଜ ଲୋକମାନଙ୍କ ସହ ହସ ଖୁସିରେ ଦିନଟି କଟାଇବେ ।କାର‌୍ୟ୍ୟ କ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ପାଇବ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ଧନ ଜନ ମାନ ସମ୍ମାନ ଏସବୁର ଅଧିକାରୀ ହେବେ ।ଲକ୍ଷ୍ୟ ସ୍ଥଳରେ ନିର୍ବିଘ୍ନରେ ପହଞ୍ଚିବେ ।ଯାନବାହନ ଲାଭ ହେବ ।

ଧନୁ : ବିବାଦୀୟ ଘଟଣାରେ ପରାଜୟ ହେବେ ।ଅପରାହ୍ନରେ କୌଣସି ଦୁଃଖ ପୂର୍ଣ୍ଣ ଖବର ପାଇ ମନ ବିଶାଦ ଗ୍ରସ୍ତ ହେବ ।ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।

ମକର : ପାରିବାରିକ ସମ୍ପର୍କରେ ଭୁଲ ବୁଝାମଣା ଦେଖା ଦେବ ।ମହିଳାମାନେ ପରିବାରରେ ଚିନ୍ତିତ ହେବେ । ଯାତ୍ରାରେ ସତର୍କତା ରୁହନ୍ତୁ ଯାତ୍ରା କଷ୍ଟ ଦାୟକ ହେବ ।ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ ନାହିଁ ।ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।

କୁମ୍ଭ : ଆଜି ଦିନଟି ସମ୍ପୁର୍ଣ୍ଣ ଭଲରେ କଟିବ ।ଯୋଜନାନୁଯାୟୀ କାମ କରି ସେଥିରେ ସଫଳତା ପାଇବେ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ମୀନ : ଅପ୍ରିୟ ସତ୍ୟ କଥା କହି ଦୋଷି ସାବ୍ୟସ୍ତ ହୋଇପାରନ୍ତି ।ମହିଳାମାନେ ଯଗି ରଖି ଚଳନ୍ତୁ ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ଘରୋଇ କଳହ ଦେଖା ଦେବ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ବ୍ୟବସାୟରେ ସ୍ଥିରତା ରହିବ ନାହିଁ ଯାହା ଫଳରେ ଧାର କରଜ କରିବେ।

Leave A Reply

Your email address will not be published.