Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୧-୧୨-୨୦୧୯ ରବିବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ମୋବାଇଲ: 9437225434

ଆଜି ଦିନର ମହତ୍ତ୍ୱ

ଆଜି ୨୦୧୯ ମସିହା ଡିସେମ୍ବର ତା ୧ ରିଖ ରବିବାର ବିଛା ୧୫ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଉତ୍ତରାଷାଢାନକ୍ଷତ୍ର ମକର ଚନ୍ଦ୍ର
ଘାତ ବାର: ମେଷ ରାଶିର
ଘାତ ଚନ୍ଦ୍ର:ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ : ବେଲ

ମେଷ: ଆଜି ଦେବଦର୍ଶନ ର ସୁଯୋଗମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁକାମ କରିବେ ସେଥିରେ ସଫଳତା ମିଳିବ । ମହିଳାମାନେ ସୌଭାଗ୍ଯ ବତୀ ହେବେ ।

ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

Leave A Reply

Your email address will not be published.